ପ୍ରମୂଖ ଖବର
  • ଭୋଗରାଇରେ ପାଗଳା କୁକୁର ଆତଙ୍କ,ଗୋଡ଼ାଇ ଗୋଡ଼ାଇ ୬ ଜଣକୁ କାମୁଡ଼ିଲା
  • ||
  • ବଡ଼ମ୍ବା ପୋଲିସକୁ ସଫଳତା, ବିଭିନ୍ନ ସ୍ଥାନରୁ ଚୋରି ଘଟଣାରେ ୫ ଅଭିଯୁକ୍ତ ଗିରଫ
  • ||
  • ଦାରିଙ୍ଗବାଡ଼ି : ପାଇପ୍‌ ଫାଟି ଡ୍ରେନ୍‌ରେ ଭାସୁଛି ପାଣି, ଜଳ ଯୋଗାଣ ବିଭାଗ ନୀରବ
  • ||
  • ବଲାଙ୍ଗୀର : ବଲା ବାଇକ୍‌ ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ, ପୋଲିସର ତଦନ୍ତ ଆରମ୍ଭ
  • ||
  • ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କାଲି ରାମଲାଲାଙ୍କୁ କରିବେ ଦର୍ଶନ
  • ||
  • ଢେଙ୍କାନାଳରେ ଫାର୍ମ ହାଉସ୍‌ ମାଲିକଙ୍କୁ ଗୁଳି କରି ହତ୍ୟା କଲେ ତିନି ଦୁର୍ବୃତ୍ତ ,କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ, ପରିଚୟ ଅସ୍ପଷ୍ଟ
  • ||
  • ଚାମ୍ପିଅନ୍ସ ଟ୍ରଫିରେ ବିଗ୍ ଫାଇଟ୍, ସୁପର ସନଣ୍ଡେରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମୁକାବିଲା
  • ||
  • ରାଜ୍ୟରେ ଆଉ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

ଗୁଳିମାଡ଼ରେ ଫାର୍ମ୍‌ ହାଉସ୍‌ ମାଲିକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

Published By : Harapriya Sethi | February 23, 2025 8:20 AM

ଭୁବନେଶ୍ୱର,୨୩/୦୨:  ଫାର୍ମ୍‌ ହାଉସ୍‌ ଭିତରେ ପଶି ଗୁଳିମାଡ଼ କରିଲେ ୩ ଦୁର୍ବୁତ୍ତ । ଗୁଳିମାଡ଼ରେ ଚାଲିଗଲା ଫାର୍ମ ହାଉସ ମାଲିକଙ୍କ ଜୀବନ । ମୃତକ କଳାଙ୍ଗ ଚାକୁଣ୍ଡାନାଳୀର ଗୋବିନ୍ଦ ନାୟକ ବୋଲି ଜଣାପଡ଼ିଛି । ଗୁଳିକାଣ୍ଡର କାରଣ ବର୍ତ୍ତମାନ ଅସ୍ପଷ୍ଟ ରହିଛି । ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଫାଶୀଗାଁରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଗୋବିନ୍ଦ ନାୟକ ଫାଶୀଗାଁରେ ଥିବା ନିଜ ଫାର୍ମ୍‌ ହାଉସ୍‌ରେ ଥିଲେ । ଏହି ସମୟରେ ହଠାତ ୩ ଜଣ ଦୁର୍ବୃତ୍ତ ଫାର୍ମ ହାଉସ୍‌ ଭିତରକୁ ପଶି ଆସିଥିଲେ ।  ଫାର୍ମ୍‌ ହାଉସ୍‌କୁ ଆସି ଗୋବିନ୍ଦଙ୍କ ଉପରକୁ ଗୁଳି ଚାଳନା କରିଥିଲେ । ଗୋବିନ୍ଦଙ୍କ ଛାତି, ପେଟ ଓ ଗୋଡ଼କୁ ୩ରାଉଣ୍ଡ ଗୁଳି ଚଳାଇଥିଲେ ଦୁର୍ବୃତ୍ତ । ଗୁଳି ମାଡ଼ ହେବା ପରେ ସେ ତଳେ ପଡ଼ି ଯାଇଥିଲେ । ଏହା ଦେଖି ଫାର୍ମ ହାଇସ୍‌ରେ ଥିବା ଲୋକମାନେ ତୁରନ୍ତ ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.