ପ୍ରମୂଖ ଖବର
  • ତାମିଲନାଡୁ କପଡ଼ା ଶିଳ୍ପକୁ ଟ୍ରମ୍ପ ଟାରିଫ୍‌ ଝଟକା, ୨୦ ହଜାର ଫ୍ୟାକ୍ଟ୍ରିରେ ୩୦ ଲକ୍ଷ ଛଟେଇ ଆଶଙ୍କା
  • ||
  • ଏସିଆ କପ୍ ପାଇଁ ପାକିସ୍ତାନ ଦଳ ଘୋଷଣା, ବାବର-ରିଜୱାନ ବାଦ୍, ସେପ୍ଟେମ୍ୱର ୯ରୁ ଆରମ୍ଭ ହେବ ଟୁର୍ଣ୍ଣାମେଣ୍ଟ
  • ||
  • ବ୍ରହ୍ମପୁର : MKCG ମେଡିକାଲରେ ଅଗ୍ନିକାଣ୍ଡ, ସର୍ଟସର୍କିଟ୍‌ରୁ ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ୍ ସେକ୍ସନରେ ଲାଗିଲା ନିଆଁ
  • ||
  • ନାଇଜେରିଆରେ ଭୟଙ୍କର ବୋଟ୍ ଟ୍ରାଜେଡି : ମଝି ନଈରେ ଓଲଟିଲା ବୋଟ୍, ୧୦ ଉଦ୍ଧାର ୪୦ ନିଖୋଜ
  • ||
  • ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବଣଭୋଜି ବେଶ, ସନ୍ଧ୍ୟା ଧୂପ ପରେ ହେବ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି
  • ||
  • ମାଲକାନଗିରିକୁ ରେଡ୍ ଆଲର୍ଟ, ଆଜି ପାଇଁ ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ
  • ||
  • ସୋମବାର ଅବପାତ ରୂପ ନେବ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅତି ଭୀଷଣ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
  • ||

ଚାଷ ଜମିରେ କାମ କରୁଥିଲେ, ବଜ୍ରାଘାତରେ ଚାଲିଗଲା ଚାଷୀଙ୍କ ଜୀବନ

Published By : Suraj Kumar | July 15, 2025 7:18 PM

ନୂଆପଡ଼ା,୧୫।୭(ଆପ୍ର):ନୂଆପଡ଼ା ଥାନା ସାଇପଲା ଗାଁ ନିକଟ ବହଲଡ଼ିହି ଗାଁରେ ବଜ୍ରାଘାତରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି । ମୃତକ ଚାଷୀଙ୍କ ବହଲଡ଼ିହି ଗାଁର ଭରତ ଲୋହାର(୨୫) । 

ବହଲଡ଼ିହି ଗାଁର ଭରତ ଓ ସ୍ତ୍ରୀ ଶୁଶିଲା ସହ ଦୁଇ ଜଣ ଛୁଆ ଚାଷ କାମ ପାଇଁ ଚାଷଜମିକୁ ଯାଇଥିଲେ । ଅପରାହ୍ନରେ ଘଡଘଡି ସହ ବର୍ଷା ହୋଇଥିଲା । ଚାଷଜମିରେ ଭରତ ଚାଷ କାମ କରୁଥିଲେ । ଏହି ସମୟରେ ବଜ୍ରାଘାତ ହେବାରୁ ଭରତ ଚାଷ ଜମି ପାଣିରେ ଟଳି ପଡ଼ିଥିଲେ । ପରିବାର ଲୋକେ ଆମ୍ବୁଲାନ୍ସ ସାହାଯ୍ୟରେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ  ଭରତଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ତେବେ ସନ୍ଧ୍ୟା ହେବାରୁ ବ୍ୟବଚ୍ଛେଦ ହୋଇ ପାରି ନାହିଁ । ବୁଧବାର ମୃତଦେହକୁ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ ସୂଚନା ଦେଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.