ପ୍ରମୂଖ ଖବର
  • ୩୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବ୍ରାଞ୍ଚ୍‌ ଇନଚାର୍ଜ୍‌, ଏକକାଳୀନ ୨ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • ଆଠଗଡ଼ : ସ୍ତ୍ରୀ ଆଗରେ ସ୍ୱାମୀକୁ ପିଟି ପିଟି ହତ୍ୟା ଘଟଣା: ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ଦେବଗଡ଼: ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ନୃଶଂସ ସ୍ଵାମୀ, ଅଭିଯୁକ୍ତ ଫେରାର୍
  • ||
  • କେନ୍ଦୁଝର : ୧୦୦ ଫୁଟ ତଳକୁ ଖସିଲା ପାଣି ଟ୍ୟାଙ୍କର୍‌, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ଆସିବ ଚଳିତ ବର୍ଷର ବିଏମ୍‌ସି ବଜେଟ୍, ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ନେଇ ହେବ ଆଲୋଚନା
  • ||
  • ଚାମ୍ପିଅନ୍ସ ଟ୍ରଫି ୨୦୨୫: ଆଜି ଆଫଗାନିସ୍ତାନ-ଅଷ୍ଟ୍ରେଲିଆ ଲଢ଼େଇ, ଜିତିଲେ ସେମି ଫାଇନାଲ
  • ||
  • କଟକ : ଘରୁ ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବର୍ଷିଆନ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ,ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ପାଇଁ ନିର୍ଦ୍ଦେଶ
  • ||
  • ନେପାଳରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୬.୧ ରେକର୍ଡ
  • ||
  • ରାଜ୍ୟରେ ପାଗ ଏବେ ଶୁଖିଲା: ୩୪ ଡିଗ୍ରୀ ଉପରେ ୬ ସହର ତାପମାତ୍ରା, ୨ ଦିନ ପରେ ୩ ଡିଗ୍ରୀ ବଢ଼ିବ ପାରଦ
  • ||

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ବିଲରେ ଟଳି ପଡ଼ିଲେ ଚାଷୀ

Published By : Prameya | February 28, 2025 1:25 PM

ଭୁବନେଶ୍ଵର, ୨୮/୦୨ : ବିଲରେ ଟଳି ପଡ଼ିଲେ ଚାଷୀ। ବାଲେଶ୍ଵର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ କୁଣ୍ଡଳୀ ପଞ୍ଚାୟତର ଦାଣ୍ଡିପଦା ଗ୍ରାମରେ ଏହି ଘଟଣା ଘଟିଛି। ବିଦ୍ୟୁତ୍ ଆଘାତ ଯୋଗୁଁ ଚାଷୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣଙ୍କ ହେଉଛନ୍ତି କୁଣ୍ଡଳୀ ଗ୍ରାମର ହୃଦାନନ୍ଦ ମଲ୍ଲିକ (୬୦ ବର୍ଷ)।

ସୂଚନାନୁଯାୟୀ, କୁଣ୍ଡଳୀ ଗ୍ରାମର ହୃଦାନନ୍ଦ ଶୁକ୍ରବାର ବିଲକୁ ଚାଷକାର୍ଯ୍ୟ ପାଇଁ ଯାଉଥିଲେ। ଏହି ସମୟରେ ସେ ଏକ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଘଟଣା ସ୍ଥଳରେ ସିଂଲା ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ବିଦ୍ୟୁତ୍ ବିଭାଗର ଖାମଖିଆଲି ମନୋଭାବ ଯୋଗୁଁ ଚାଷୀଙ୍କ ଜୀବନ ଯାଇଥିବା ଅଭିଯୋଗ ହୋଇଛି। ହୃଦାନନ୍ଦ ମଲ୍ଲିକଙ୍କ ପରିବାରକୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

ଏହି ଖବରଟିକୁ ପଢନ୍ତୁ-ସ୍ତ୍ରୀ ଆଗରେ ସ୍ୱାମୀକୁ ପିଟି ପିଟି ହତ୍ୟା ଘଟଣା: ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.