ପ୍ରମୂଖ ଖବର
  • ଚାନ୍ଦବାଲି : ଅଙ୍ଗନବାଡ଼ିରେ ମିଳୁନାହିଁ ରନ୍ଧା ଖାଦ୍ୟ, କର୍ମୀଙ୍କ ବିରୁଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି
  • ||
  • କନ୍ଧମାଳ : ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ମାଣ୍ଡିପଙ୍କାରେ ପହଞ୍ଚିଲେ ଦକ୍ଷିଣାଞ୍ଚଳ ଆରଡିସି
  • ||
  • ଦେବଗଡ଼ : ତିନି ଗାଡି ସହ ବିପୁଳ ପରିମାଣର ଗଞ୍ଜେଇ ଜବତ, ୪ ଅଟକ
  • ||
  • ନୀଳଗିରି : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ସିରିଜ୍‌ ଚୋରି, ତାଲାଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ଜିନିଷ
  • ||
  • କାମାକ୍ଷାନଗର : ଗାଧୋଇବା ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ବୁଡ଼ି ଶ୍ରମିକଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ଡାକ୍ତରଙ୍କ ଦାଦାଗିରି, ରୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ ଉଦ୍ୟମ
  • ||
  • ଭୁବନେଶ୍ୱର : ସ୍ତ୍ରୀଙ୍କୁ ଆନେସ୍ଥେସିଆ ଦେଇ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ପ୍ରଦ୍ୟୁମ୍ନକୁ ରିମାଣ୍ଡରେ ନେବ ପୋଲିସ
  • ||
  • କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନିୟରିଙ୍ଗ୍ କଲେଜରେ ରାଗିଂ ଅଭିଯୋଗ, ଛାତ୍ର ଗୁରୁତର
  • ||
  • ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ରେଡ୍‌, ଏକକାଳୀନ ୬ଟି ସ୍ଥାନରେ ଚଢାଉ
  • ||
  • ପୁରୁଷୋତ୍ତମପୁର : ତାରା ତାରିଣୀ ମନ୍ଦିରରୁ ଚୋରି, ସୁନା ରୁପା ଅଳଙ୍କାର ସହ ହୁଣ୍ଡିରୁ ଦାନ ଅର୍ଥ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସମ୍ୱଲପୁର : ନିଆଁରେ ପୋଡ଼ି ହୋଇ ମା' ଓ ଝିଅ ଜୀବନ୍ତ ଦଗ୍ଧ, କାରଣ ଅସ୍ପଷ୍ଟ
  • ||
  • କୋଣାର୍କ : ଗଛରେ ପିଟି ହେଲା କାର୍‌; ୨ ମୃତ, ଜଣେ ଗୁରୁତର
  • ||

ବିଲରୁ ଫେରୁଥିବା ବେଳେ ଅଘଟଣ, ବ୍ୟକ୍ତିଙ୍କୁ ଦଳି ଦେଲା ଦନ୍ତା

ମହାବିରୋଡ଼,୩୧/୧୦: ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ କୋଟ ଗ୍ରାମରେ ଅଘଟଣ । ବିଲରୁ ଫେରୁଥିବା ବ୍ୟକ୍ତିଙ୍କୁ ଦଳିଦେଲା ଦନ୍ତା । ମୃତ ବ୍ୟକ୍ତି ସେହି ଗ୍ରାମର ନିଧିଆ ଦେହୁରୀ(୪୫) ବୋଲି ଜଣାପଡ଼ିଛି ।  

ସୂଚନା ମୁତାବକ, ନିଧିଆ ଗତକାଲି ସନ୍ଧ୍ୟା ୮ ସମୟରେ ନିଜ ବିଲକୁ ଯାଇଥିବା ବେଳେ ସେହି ସମୟରେ ଗ୍ରାମ ପାର୍ଶ୍ଵ ରେ ବନବିଭାଗ ଓ ଗ୍ରାମବାସୀ ମିଶି ହାତୀ ଘଉଡ଼ାଉ ଥିଲେ । ସେହି ସମୟରେ ନିଧିଆ ହାତୀ ସହ ମୁହାଁମୁହିଁ ହୋଇଯିବା ଫଳରେ ହାତୀଟି ତାଙ୍କୁ ଦଳି ଦେଇଥିଲା । ଫଳରେ ଘଟଣା ସ୍ଥଳରେ ନିଧିଆଙ୍କ ମୃତ୍ୟୁ ହୋଇଥିଲା । ଏହା ଦେଖି ପରିବାର ଲୋକେ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବନ ବିଭାଗର କର୍ମଚାରୀ ପହଞ୍ଚିଥିଲେ । ପରିବାର ଲୋକ ମୃତଦେହକୁ ବନ ବିଭାଗ ସହାୟତାରେ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଇଛନ୍ତି । ମୃତକଙ୍କ ପରିବାର ଲୋକଙ୍କୁ ସରକାରୀ ନିୟମ ଅନୁସାରେ କ୍ଷତିପୂରଣ ଯୋଗାଇଦେବା ପାଇଁ ବନବିଭାଗ ତରଫରୁ ସୂଚନା ମିଳିଛି ।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.