ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ପିଏମ କିଷାନ ଯୋଜନାରେ ବଞ୍ଚିତ ଚାଷୀଙ୍କୁ ୧୫ ଦିନ ମଧ୍ୟରେ ଅନ୍ତର୍ଭୁକ୍ତ କରାଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୮ ।୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବରଗଡ ଗସ୍ତ କରି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ଉତ୍ସବରେ ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ଆଜି ଓଡିଶାର ୩୧.୬୨ ଲକ୍ଷ ଚାଷୀ ୬୩୨.୪୮ କୋଟି ଟଙ୍କା ପାଇଛନ୍ତି। ପ୍ରତ୍ୟେକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି । ବାରଣାସୀରେ ଆୟୋଜିତ ରାଷ୍ଟ୍ରୀୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଯୋଗ ଦେଇଛନ୍ତି ।

ବରଗଡରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ  ଏକ  ‘ରୋଡ ସୋ’ରେ ଯାଇ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିଥିଲେ। ରାସ୍ତାରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।  ବିପୁଳ ଉତ୍ସାହରେ ଲୋକମାନେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ପ୍ଲାକାର୍ଡ ଧରି  ସ୍ବାଗତ କରିଥିଲେ । ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ଦେଖିବାକୁ ମିଳିଥିଲା। ଲୋକଙ୍କ ଏହି ଅଭୁତପୂର୍ବ ଉତ୍ସାହ ଓ ସମ୍ବର୍ଦ୍ଧନା ଯୋଗୁ ମୁଖ୍ୟମନ୍ତ୍ରୀ ବରଗଡବାସୀଙ୍କୁ ଧନ୍ୟବାଦ ଦେଇଥିଲେ ଏବଂ ଖୁବଶୀଘ୍ର ପୁଣି ଥରେ ଆସିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।

 କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଲେ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ହେଉଛନ୍ତି କୃଷକମାନଙ୍କର ପ୍ରକୃତ ବନ୍ଧୁ। ଚାଷୀମାନଙ୍କୁ ସବୁ ସହାୟତା DBT ମାଧ୍ୟମରେ ସିଧାସଳଖ ବ୍ୟାଙ୍କ ଖାତାରେ ପହଞ୍ଚୁଛି। ପ୍ରଧାନମନ୍ତ୍ରୀଙ୍କ ଏହି ଯୋଜନା କୃଷକମାନଙ୍କ ପାଇଁ ବିକାଶର ରାସ୍ତା ଖୋଲିଛି।

ସେ କହିଲେ ଯେ ଆଜି ପି.ଏମ.କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତିରେ ଆଜି କୃଷକମାନେ ପ୍ରତ୍ୟେକ ୨୦୦୦ ଟଙ୍କା ଲେଖାଏଁ ପାଇଲେ । ଓଡ଼ିଶାର ୩୧ ଲକ୍ଷ ୬୨ ହଜାର ଚାଷୀ ସମୁଦାୟ ୬୩୨ କୋଟି ୪୮ ଲକ୍ଷ ଟଙ୍କା ପାଇଲେ । ଏଥିପାଇଁ ସେ ରାଜ୍ୟର ସମସ୍ତ କୃଷକ ଭାଇ ଭଉଣୀମାନଙ୍କୁ ହୃଦୟରୁ ଶୁଭେଚ୍ଛା ଜଣାଇଥିଲେ ।

ସେ ପୁଣି କହିଲେ  ଯେ ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନା କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରବର୍ତ୍ତିତ ଏକ କୃଷକ କଲ୍ୟାଣକାରୀ ପ୍ରଗତିଶୀଳ ତଥା କୃଷକଙ୍କୁ ମୁଖ୍ୟ ସ୍ରୋତରେ ସମ୍ମିଳିତ କରିବା ଭଳି ଯୋଜନା । କୃଷକର ବିକାଶ ଏବଂ ଦାରିଦ୍ର୍ୟତା ହ୍ରାସ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନିମନ୍ତେ ମୋଦୀ ସରକାର ଫେବୃଆରୀ ୨୦୧୯ ରେ ଏହି ଯୋଜନାକୁ କାର୍ଯ୍ୟକାରୀ କରିଥିଲେ ।

 ମୁଖ୍ୟମନ୍ତ୍ରୀ କହିଲେ ଓଡ଼ିଶାରେ ଆମ ସରକାର ଆସିବାର ପ୍ରଥମ ଦିନରେ ହିଁ ମୋ କ୍ୟାବିନେଟ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟକୁ ୩୧୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛି । ପୂର୍ବ ସରକାର ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ, ୧୦୦ ଟଙ୍କା ବୋନସ୍‌ ଦେଲେ ନାହିଁ। ବରଂ କଟନି ଛଟନି ଆରମ୍ଭ କଲେ । ମୋ ସରକାର ଜନତାଙ୍କ ସରକାର।  ସାଧାରଣ ଲୋକଙ୍କ ପାଇଁ ଆମର ସବୁ ପ୍ରତିଶୃତି ପୂରଣ ହେବ।

ଆମ ରାଜ୍ୟରେ କୃଷକଙ୍କ ସଶକ୍ତିକରଣ ଏବଂ କଲ୍ୟାଣ ହେଉଛି ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ । ଆମ ରାଜ୍ୟ ସରକାର ଆଗାମୀ ଦିନରେ ଆହୁରି ଅନେକ କୃଷକଙ୍କ ପାଇଁ କେନ୍ଦ୍ର ସରକାର କରିଥିବା ବିକାଶମୂଳକ ଯୋଜନା ଏବଂ କାର୍ଯ୍ୟକ୍ରମ ରାଜ୍ୟରେ ଲାଗୁ କରିବାକୁ ଯୋଜନା ରଖିଛନ୍ତି । ସେ କହିଥିଲେ ଯେ ମୁଁ ଚାହୁଁଛି ଯେ କୌଣସି ଯୋଗ୍ୟ କୃଷକ ଏହି ଯୋଜନା ଅଧୀନରେ ଲାଭ ପାଇବାରୁ ବଞ୍ଚିତ ହେବେ ନାହିଁ । ଆଗାମୀ ୧୫ ଦିନ ମଧ୍ୟରେ ସବୁ ବଞ୍ଚିତ ଯୋଗ୍ୟ ଚାଷୀଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ଆଗାମୀ କିସ୍ତିରେ ଆପଣମାନେ ଏହାର ସୁଫଳ ପାଇବେ।

ସେ କହିଥିଲେ ଯେ କୃଷକ ମାନେ ଆମର ଅନ୍ନଦାତା, ଆମର ବନ୍ଧୁ । ମୋ ରାଜ୍ୟ ଓଡିଶାର ଜନସଂଖ୍ୟାର ୭୦ ଭାଗ ହେଉଛନ୍ତି କୃଷକ ପରିବାରର ଲୋକ । ମୁଁ ମଧ୍ୟ ଏକ ସାଧାରଣ ପରିବାରରୁ ଆସିଛି । ସାଧାରଣ ଲୋକଙ୍କ ସମସ୍ୟା ମୁଁ ଜାଣିଛି ବୋଲି ସେ କହିଥିଲେ । ଆଗାମୀ ବଜେଟରେ ଆମେ ସାଧାରଣ ଲୋକଙ୍କ ମତାମତକୁ ସ୍ଥାନ ଦେବୁ। ଏଥିପାଇଁ ଖୁବଶୀଘ୍ର ଏକ ୱେବସାଇଟ ଖୋଲାଯିବ। ଆପଣଙ୍କ ମତ ଅନୁଯାୟୀ ବଜେଟ ପ୍ରସ୍ତୁତ କରାଯିବ।

ସେ ପୁଣି କହିଥିଲେ ଯେ ମୋ ସରକାର ଜନତାଙ୍କ  ସରକାର, ଯେତେବେଳେ ଆପଣ ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଖୋଜିବେ, ନିଶ୍ଚୟ ପାଇବେ । ଗତ ୨୪ ବର୍ଷ ଧରି ଆପଣ ଆପଣଙ୍କ ସରକାରଙ୍କୁ ପାଖରେ ପାଉ ନ ଥିଲେ ବୋଲି ସେ କହିଥିଲେ । ସେ ପୁଣି କହିଥିଲେ ଯେ ମୋ ସରକାର ହେଉଛି ଗରିବ ଓ କୃଷକର ସରକାର । ତେଣୁ ରାଜ୍ୟରେ କୃଷି ଓ କୃଷକର ଭବିଷ୍ୟତ ପାଇଁ ମୋ ସରକାର ପ୍ରତିଶୃତିବଦ୍ଧ ।ସମସ୍ତ କୃଷକ ଭାଇ ଓ ଭଉଣୀ ମାନେ ପିଏମ କିଷାନର ଏହି ସହାୟତା ରାଶିକୁ ଖରିଫ ଚାଷ କାମରେ ଉପଯୋଗ କରି ଲାଭବାନ ହୋଇପାରିବେ ବୋଲି ସେ ଆଶାପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସାଂସଦ ପ୍ରଦୀପ ପୁରୋହିତ, ବିଜେପୁର ବିଧାୟକ ସନତ ଗଡତିଆ, ବରଗଡ ବିଧାୟକ ଅଶ୍ବନୀ ଷଡଙ୍ଗୀ, ଅତାବିରା ବିଧାୟକ ନିହାର ମହାନନ୍ଦ ଓ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ଏବଂ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.