ପ୍ରମୂଖ ଖବର
  • ବାଲେଶ୍ବରରେ ଗାଡ଼ି ସାଇଡ୍ ମାରିବାରୁ ଗୁଳିମାଡ଼, ଜଣେ ଆହତ
  • ||
  • ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ସାନି ତଦନ୍ତ ଆରମ୍ଭ, ଗୃହରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା
  • ||
  • IAS ସ୍ତରରେ ଅଦଳବଦଳ, ସମର୍ଥ ବର୍ମା ଲଘୁ ଖଣିଜ ବିଭାଗ ନିର୍ଦ୍ଦେଶକ
  • ||
  • ବୟାଳିଶ ମୌଜା ଶ୍ରୀକୃଷ୍ଣ ବିହାର ହତ୍ୟା ଘଟଣା, ଅଭିଯୁକ୍ତକୁ ଧରି ସିନ୍ ରିକ୍ରିଏସନ୍ କଲା ପୋଲିସ
  • ||
  • ଖୋଲିବ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ପେଡି: ରାଜାଚକ୍ରଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ
  • ||
  • ଭୁବନେଶ୍ୱର ଘାଟିକିଆରେ ମର୍ମନ୍ତୁଦ ଦୁର୍ଘଟଣା, ଯୁବକଙ୍କ ଉପରେ ଚଢିଗଲା କଲେଜ ବସ୍
  • ||
  • ଗାଜାରେ ଇସ୍ରାଏଲର ବଡ ଏୟାରଷ୍ଟ୍ରାଇକ୍, ୨୦୦ ମୃତ
  • ||
  • ବଦଳିବ ମେଟ୍ରୋ ରେଳ ପ୍ରକଳ୍ପର ଡିପିଆର୍, ତ୍ରିଶୁଳିଆ ନୁହେଁ କଟକ ଯାଏ ବିସ୍ତୃତ ହେବ ମେଟ୍ରୋ କରିଡର
  • ||
  • ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ଘରେ ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍, ପରିବାରବର୍ଗଙ୍କର ହେଲା ବୟାନ ରେକର୍ଡ
  • ||
  • ଆମେରିକାର ଫ୍ଲୋରିଡାରେ ମର୍ମନ୍ତୁଦ ଦୁର୍ଘଟଣା, ଗୋଟିଏ ପରିବାରର ୩ ମୃତ
  • ||
  • ୨୪ରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ, ୪ ଦିନ ମିଳିବନି ବ୍ୟାଙ୍କ ସେବା
  • ||
  • ସ୍ୱର୍ଗଦ୍ୱାରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ
  • ||
  • ୧୯ରୁ ମାଟ୍ରିକ୍‌ ଖାତା ଦେଖା: ଆଜି କେନ୍ଦ୍ରରେ ଯୋଗ ଦେବେ ୧୨ ହଜାର ଶିକ୍ଷକ, ମୂଲ୍ୟାୟନ ବେଳେ କ୍ୟାମ୍ପସ୍‌ ବାହାରକୁ ଯିବା ମନା
  • ||
  • କାଳବୈଶାଖୀ ଆଣିବ ଆଶ୍ୱସ୍ତି, କାଲିଠୁ ଖସିବ ତାତି: ଆଜି ଝାରସୁଗୁଡ଼ା ଓ ବୌଦ୍ଧକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଘାଟିକିଆରେ ମର୍ମନ୍ତୁଦ ଦୁର୍ଘଟଣା, ଯୁବକଙ୍କ ଉପରେ ଚଢିଗଲା କଲେଜ ବସ୍

Published By : Prameya | March 18, 2025 11:53 AM

ଭୁବନେଶ୍ଵର, ୧୮/୦୩ : ଘାଟିକିଆରେ ମର୍ମନ୍ତୁଦ ଦୁର୍ଘଟଣା। ଯୁବକଙ୍କ ଉପରେ ଚଢିଗଲା କଲେଜ ବସ୍। ଘଟଣାସ୍ଥଳରେ ଚାଲିଗଲା ଜୀବନ। ଯୁବକ ଜଣଙ୍କ ହେଉଛନ୍ତି ପାଇକରାପୁର ଗାଁର ସୌମ୍ୟରଞ୍ଜନ ସାହୁ (୩୩ ବର୍ଷ)। 

ସୂଚନାନୁଯାୟୀ, ମଙ୍ଗଳବାର ସକାଳେ ପାଇକରାପୁର ଗାଁର ସୌମ୍ୟରଞ୍ଜନ ସାହୁ ଜଗନ୍ନାଥ ବିହାରରେ ଥିବା ନିଜ ଦୋକାନ ଖୋଲିବାକୁ ଯାଉଥିଲେ। ପାଇକରାପୁର ରୋଡରେ ତାଙ୍କ ଉପରେ ଏକ କଲେଜ ବସ୍ ପଛପଟୁ ଚଢି ଯାଇଥିଲା। ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ଶବ ରଖି ରାସ୍ତାରୋକ କରିଛନ୍ତି। ବେପରୁଆ ଗାଡ଼ି ଚାଳନାକୁ ଦାୟୀ କରି ସମ୍ପୃକ୍ତ କଲେଜ ସମ୍ପୂର୍ଣ୍ଣ ଭରଣପୋଷଣ ଦେବା ପାଇଁ ସ୍ଥାନୀୟ ଲୋକ ଦାବି କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ପୋଲିସକୁ ଶବ ଉଠାଇବାକୁ ଦେଉନାହାଁନ୍ତି। 


ଏହି ଖବରଟିକୁ ପଢନ୍ତୁ-

ଥମୁନି ହାତୀ-ମଣିଷ ଲଢେଇ, ମହିଳାଙ୍କୁ କଚାଡ଼ି ମାରିଲା ଦନ୍ତା


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.