ପ୍ରମୂଖ ଖବର
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ

Published By : Harapriya Sethi | July 10, 2025 8:19 AM

ଅନୁଗୁଳ,୧୦/୦୭: ଅନୁଗୁଳ ଦେଇ ଯାଇଥିବା ୧୪୯ ନମ୍ବର ଜାତୀୟ ରାଜପଥ ବଂରପାଳ ନିକଟରେ ସଡକ ଦୁର୍ଘଟଣା। ଟ୍ରାଭେଲର୍‌ ଧକ୍କାରେ ଚାଲିଗଲା ୨ ବାଇକ୍ ଆରୋହୀଙ୍କ ଜୀବନ । ମୃତକ ଦୁଇ ଜଣ ହେଲେ ତାଳଚେର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଏବଂ ରାଜେଶ ବେହେରା । 

ସୂଚନା ମୁତାବକ, ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଏବଂ ରାଜେଶ ବେହେରା ନାମକ ଯୁବକ ବଂରପାଳରୁ ସ୍କୁଟି ନେଇ ତାଳଚେର ଘରକୁ ଫେରୁଥିଲେ । ଏହି ସମୟରେ ୧୪୯ ନମ୍ବର ଜାତୀୟ ରାଜପଥ ବଂରପାଳ ନିକଟରେ ଉକ୍ତ ସ୍କୁଟିକୁ ଏକ ଟ୍ରାଭେଲର୍‌ ଧକ୍କା ଦେଇଥିଲା । ଫଳରେ ଯୁବକଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ଟ୍ରାଭେଲର୍‌ ଛାଡି ଡ୍ରାଇଭର ଫେରାର ହୋଇଯାଇଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ପୁଲିସ ପହଞ୍ଚି ଗାଡିକୁ ଜବତ କରିବା ସହ ଲୋକଙ୍କୁ ବୁଝାସୁଝା କରିଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.