ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ବ୍ଲକ ପରିସରରେ ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ

ବିନିକା, ୨୬/୭ :  ବ୍ଲକ ପରିସରରେ ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ  । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ପରିସରରେ । ଗୁରୁତର ସରପଞ୍ଚ ହେଲେ ଈଛାପୁର ସରପଞ୍ଚ ପ୍ରଶାନ୍ତ ସାହୁ ।

ସୂଚନା ଅନୁଯାୟୀ, ସରପଞ୍ଚ ପ୍ରଶାନ୍ତ ସାହୁ ବ୍ଲକକୁ କିଛି କାମ ପାଇଁ ଆସି ଗାଡ଼ିଟି ବିଡିଓଙ୍କ ବାସଭବନ ଆଗରେ ଅଟକାଇଥିଲେ । ସେହି ସମୟରେ ଏକ ମୋଟରସାଇକେଲରେ ଦୁଇ ଜଣ ଯୁବକ ଏକ ଧାରୁଆ ଅସ୍ତ୍ର ଓ ଏକ ଲୁହା ପାଇପ୍ ଧରି ପ୍ରଥମେ ସରପଞ୍ଚଙ୍କ କାର୍ ଡୋର କାଚ ଭାଙ୍ଗି ଦେଇଥିଲେ । ତା’ପରେ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ l 

ସରପଞ୍ଚ ପ୍ରଶାନ୍ତ ସାହୁଙ୍କ ମୁଣ୍ଡରେ ଓ ହାତରେ ଗଭୀର ଆଘାତ ଲାଗିଛି । ସେଠୁ ସେ ସଙ୍ଗେ ସଙ୍ଗେ ଦଉଡ଼ି ଦଉଡ଼ି ବ୍ଲକ ଅଫିସ ଭିତରକୁ ପଶିଯାଇଥିଲେ । ପରେ ସେଠାରୁ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ । ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ସରପଞ୍ଚ ପ୍ରଶାନ୍ତ ସାହୁଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ । ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା କରି ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ଡ଼ାକ୍ତରଖାନାକୁ ୧୦୮ଆମ୍ବୁଲାନ୍ସ ଯୋଗେ ସ୍ଥାନାନ୍ତର କରି ଦିଆଯାଇଛି l ଏ ନେଇ ଡୁଙ୍ଗୁରିପାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି l

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.