ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଝିଅକୁ ବିଷ ଦେବା ପରେ ଆତ୍ମହତ୍ୟା କଲା ବାପା ! ବନ୍ଦ ଘରୁ ମୃତଦେହ ଉଦ୍ଧାର

ନୟାଗଡ଼, ୨୫/୦୭ : ବନ୍ଦ ଘର ଭିତରୁ ବାପ-ଝିଅଙ୍କ ମୃତଦେହ ଉଦ୍ଧାର। ନୟାଗଡ଼ ସହର ଦେବୋତ୍ତର ଲେନ-୪ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଝିଅକୁ ବିଷ ଦେବା ପରେ ବାପା ନିଜେ ଆତ୍ମହତ୍ୟା କରିଥିବା ଅନୁମାନ କରୁଛି ପୋଲିସ। 

ସୂଚନାନୁଯାୟୀ, ନୟାଗଡ଼ ସହର ଦେବୋତ୍ତର ଲେନ-୪ର ପୁଲକ ବିଶ୍ୱାଳ ପ୍ରଥମ ପତ୍ନୀଙ୍କ ମୃତ୍ୟୁ ପରେ ଗତ ୩ ମାସ ପୂର୍ବରୁ ଦ୍ୱିତୀୟ ବିବାହ କରିଥିଲେ। ଗତ ସୋମବାର ଦ୍ଵିତୀୟ ପତ୍ନୀ ତାଙ୍କ ବାପ ଘରକୁ ଯାଇଥିଲେ। ବାପ ଘରେ ୨ ଦିନ ରହି ଗତକାଲି ରାତିରେ ନୟାଗଡ଼ ସ୍ଥିତ ଭଡାଘରକୁ ଫେରି ଆସିଥିଲେ। ହେଲେ ଘର ଭିତର ପଟୁ ବନ୍ଦ ଥିବା ଦେଖିବାକୁ ପାଇଥିଲେ। ବହୁ ସମୟ ପର୍ଯ୍ୟନ୍ତ କବାଟ ବାଡେଇଥିଲେ। କେହି ଉତ୍ତର ନଦେବାରୁ ସନ୍ଦେହ କରି ପୋଲିସକୁ ଖବର ଦେଇଥିଲେ। ସ୍ଥାନୀୟ ମ୍ୟାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ନୟାଗଡ଼ ଟାଉନ ଥାନା ପୋଲିସ ବିଳମ୍ବିତ ରାତିରେ ପହଞ୍ଚି ଘରର ତାଲା ଭାଙ୍ଗି ଘରେ ପଶିଥିଲା ତେବେ ଭିତରେ ଯାହା ଦେଖିବାକୁ ମିଳିଲା ତାହା କେହି ବିଶ୍ଵାସ କରିପାରି ନଥିଲେ। ପୁଲକ ବିଶ୍ଵାଳଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ୫ ବର୍ଷର ଝିଅର ମୃତଦେହ ବେଡ୍ ଉପରେ ପଡି ରହିଥିଲା। 

ଝିଅକୁ କୌଣସି ବିଷାକ୍ତ ଖାଦ୍ୟ ଦେବା ପରେ ପୁଲକ ଆତ୍ମହତ୍ୟା କରିଥିବା ନେଇ ପୋଲିସ ଅନୁମାନ କରୁଥିବା ବେଳେ ସବୁଦିଗକୁ ନେଇ ତଦନ୍ତ ଜାରି ରଖିଛି। ଆଜି ସାଇଣ୍ଟିଫିକ ଟିମ୍ ଆସିବା ପରେ ମୃତଦେହ ବାହାର କରାଯିବ ବୋଲି ଥାନାଅଧିକାରୀ ସୂଚନା ଦେଇଛନ୍ତି। ମୃତଦେହରୁ ଦୁର୍ଗନ୍ଧ ବାହାରୁଥିବାରୁ ଏହା ସୋମବାରର ଘଟଣା ବୋଲି ପୋଲିସ ଅନୁମାନ କରୁଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.