ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ପୃଥକ ବଜ୍ରାଘାତ : ବାପ-ପୁଅ ସମେତ ୩ ମୃତ

Published By : Prameya | May 13, 2025 7:45 PM

କିଶୋରନଗର/ ଥୁଆମୂଳ ରାମପୁର ୧୩୫(ଆପ୍ର): ବଜ୍ରାଘାତରେ ଚାଲିଗଲା ବାପ-ପୁଅଙ୍କ ଜୀବନ। ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ଟକବା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ କବା ଗ୍ରାମର ପ୍ରଫୁଲ୍ଲ ମାଝା(୫୬) ଓ ତାଙ୍କ ପୁଅ ପ୍ରବୀଣ ମାଝୀ (୨୨)।

ଉଭୟ ବାପ-ପୁଅ ଡାଳୁଅ ଧାନ ସଂଗ୍ରହ କରିବାକୁ ଯାଇଥିଲେ।  ବର୍ଷା ପବନ ହେବାରୁ ବାପ-ପୁଅ ଏକ ଗଛ ମୂଳରେ ଆଶ୍ରୟ ନେଇଥିଲେ । ହଠାତ୍ ବଜ୍ରାଘାତରେ ଉଭୟ ବାପ-ପୁଅ ଟଳି ପଡିଥିଲେ। ସେମାନଙ୍କ ସହ ଥିବା ବିରଞ୍ଚି ସେଠୀ ଓ ଅରୁଣ ସେଠୀ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି।

ସେହିପରି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଇନ୍ଦ୍ରାଵତୀ ଜଳବନ୍ଦୀ ଅଞ୍ଚଳର ଜଣେ ନାବାଳିକାଙ୍କ ବଜ୍ରାଘାତରେ ମୃତ୍ୟୁ ଘଟିଛି।  ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପୋଡାପଦର ପଞ୍ଚାୟତର ତଳଟେମରା ଗ୍ରାମର ମାଦାନ ମାଝୀଙ୍କ ଝିଅ ସବିତା ମାଝୀ(୧୨) ଓ ଅନ୍ୟ ଜଣେ ଝିଅ ସହିତ  ଘର ପାଖର ଆମ୍ବ ଗୋଟାଉ ଥିଲେ।  ସବିତାଙ୍କ ଉପରେ ହଠାତ ବଜ୍ରାଘାତ ହୋଇଥିଲା । ଘଟଣା ସ୍ଥଳରେ ହିଁ ସବିତା ମାଝୀଙ୍କ ମୃତ୍ୟୁ ହୋଇଥିଲା ।  ଅନ୍ୟ ଜଣେ ଗୁରୁତର ହୋଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.