ପ୍ରମୂଖ ଖବର
  • ପୁରୀ ଶରଧାବାଲି ଦଳାଚକଟା ଘଟଣା : ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
  • ||
  • ଟ୍ରମ୍ପଙ୍କ ‘ଭାରତର ମୃତ ଅର୍ଥନୀତି’ ମନ୍ତବ୍ୟକୁ ସମର୍ଥନ କଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ
  • ||
  • ରାଜ୍ୟରେ ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲା ଆଲର୍ଟ ଜାରି
  • ||
  • ଶରଧାବାଲି ଦଳାଚକଟା ଘଟଣା, ମୁଖ୍ୟମନ୍ତ୍ରୀ ରିପୋର୍ଟ ପ୍ରଦାନ କଲେ ଉନ୍ନୟନ କମିଶନ, ଖୁବ୍‌ଶୀଘ୍ର ସାମ୍ନାକୁ ଆସିବ ଅସଲ କାରଣ
  • ||
  • କଳାହାଣ୍ଡି : ନୂତନ ଧାନ ମଣ୍ଡିକୁ ବିରୋଧ; ତହସିଲଦାରଙ୍କୁ ଦାବିପତ୍ର ଦେଲେ ଶିଉନି ଗ୍ରାମବାସୀ
  • ||
  • ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ, କୋଟିଏରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା
  • ||
  • ମାଲେଗାଓଁ ବିସ୍ଫୋରଣ ମାମଲା : ସାଧ୍ଵୀ ପ୍ରଜ୍ଞାଙ୍କ ସମେତ ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ, ଏନଆଇଏ କୋର୍ଟଙ୍କ ନିଷ୍ପତ୍ତି
  • ||
  • ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ ନିଲମ୍ବିତ
  • ||
  • ଆମେରିକାରେ ଏଫ୍-୩୫ ଯୁଦ୍ଧ ବିମାନ କ୍ରାସ୍, ପାରାସୁଟରେ ବାହାରି ଅଳ୍ପକେ ଜୀବନ ବଞ୍ଚାଇଲେ ଫାଇଲଟ୍
  • ||
  • ଢେଙ୍କାନାଳରେ ହାତୀ ଆତଙ୍କ; ଦେଢଶୂର ଓ ଭାଇବୋହୂ ସମେତ ୩ଙ୍କୁ ଦଳିଦେଲା ଦନ୍ତା
  • ||
  • ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ, ଏଣିକି ସି ବକ୍ସ ପୋର୍ଟାଲରେ ଅପଲୋଡ୍‌ ହେବ ଯୌନ ନିର୍ଯାତନା ଅଭିଯୋଗ
  • ||
  • ଗୁରୁବାରଠୁ ଇଣ୍ଡିଆ- ଇଂଲଣ୍ଡ ପଞ୍ଚମ ଟେଷ୍ଟ, ସିରିଜ ବରାବର ପାଇଁ ଶେଷ ସୁଯୋଗ, ଅର୍ଶଦୀପ କରିପାରନ୍ତି ପଦାର୍ପଣ, ଫେରିବେ ଆକାଶଦୀପ
  • ||

ଘାଟିରେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବାପା-ପୁଅଙ୍କ ଜୀବନ

Published By : Rasmita Pradhan | June 9, 2025 8:32 AM

ବାଲିଗୁଡ଼ା, ୯/୬ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା। ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ବାପା-ପୁଅଙ୍କ ଜୀବନ। ଖବର ପାଇ ଫୁଲବାଣୀ ଟାଉନ୍ ଥାନା ଏବଂ ବାଲିଗୁଡ଼ା ପୁଲିସ ତଦନ୍ତ ଆରମ୍ଭ କରିଛନ୍ତି। ଏହି ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ସୂଚନା ଅନୁଯାୟୀ, ରବିବାର ରାତିରେ ବାଲିଗୁଡ଼ା ଥାନା ଅନ୍ତର୍ଗତ ସିର୍ଶୀପାଙ୍ଗା ଗାଁର ହେମ କହଁର ଓ ପୁଅ ନୀଳକଣ୍ଠ କହଁର ବାଇକ୍ ଯୋଗେ ରାଇପଙ୍ଗା ଗାଁକୁ ଯାଇ ଘରକୁ ଫେରୁଥିଲେ। ଏତିକି ବେଳେ ଗାଲୀଗୁରା ଘାଟିରେ ଏକ ଅଜଣା ଗାଡି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହେମ କହଁରଙ୍କର ମୃତ୍ୟୁ ହୋଇଥିଲା। ପୁଅ ନୀଳକଣ୍ଠ କହଁରଙ୍କୁ ଗୁରୁତର ଅବସ୍ଥାରେ ବାଲିଗୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଫୁଲବାଣୀ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ନୀଳକଣ୍ଠଙ୍କର ମୃତ୍ୟୁ ହୋଇଛି। 

ଖବର ପାଇ ଫୁଲବାଣୀ ଟାଉନ୍ ଥାନା ଏବଂ ବାଲିଗୁଡ଼ା ପୁଲିସ ତଦନ୍ତ ଆରମ୍ଭ କରିଛନ୍ତି। ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଅପର ପକ୍ଷରେ ଆମ୍ବୁଲାନ୍ସ ବିଳମ୍ଵରେ ପହଞ୍ଚିବା ଯୋଗୁଁ ବାପା-ପୁଅଙ୍କ ଜୀବନ ଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ଦୁର୍ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.