ପ୍ରମୂଖ ଖବର
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ପରୀକ୍ଷା ଦେବାକୁ ଯିବାବେଳେ ମର୍ମନ୍ତୁଦ ଦୁର୍ଘଟଣା, ପୁଅ ଆଖି ଆଗରେ ଚାଲିଗଲା ବାପାଙ୍କ ଜୀବନ

Published By : Prameya | March 8, 2025 2:12 PM

ଭୁବନେଶ୍ଵର, ୦୮/୦୩ : ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ଯାଉଥିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା। ପୁଅ ଆଖି ଆଗରେ ଚାଲିଗଲା ବାପାଙ୍କ ଜୀବନ। ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଗାଁ ନିକଟ ଏକ ପୋଲରେ ଏହି ଦୁର୍ଘଟଣା ଘଟିଛି। ପୁଅକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଣ୍ଟାବାଞ୍ଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ରତାଖଣ୍ଡି ପଞ୍ଚାୟତ ତାଲଜୁରୀ ଗ୍ରାମର ପ୍ରହ୍ଲାଦ ସା ନିଜ ପୁଅ ସମୀର ସାକୁ ବାଇକ୍‌ରେ ବସାଇ ନୂଆପଡ଼ା ଜିଲ୍ଲା କରଙ୍ଗାମାଲ ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରକୁ ନେଉଥିଲେ। ଯିବା ବାଟରେ ବଙ୍ଗୋମୁଣ୍ଡା ଗାଁ ନିକଟ ଏକ ପୋଲରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ବାପା ପ୍ରହ୍ଲାଦ ସା ପୋଲ ତଳକୁ ଖସି ପଡ଼ିଥିଲେ। ଉଭୟ ବାପା-ପୁଅଙ୍କୁ ଉଦ୍ଧାର କରି କଣ୍ଟାବାଞ୍ଜି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ପ୍ରହ୍ଲାଦଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ପୁଅ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ବଙ୍ଗୋମୁଣ୍ଡା ପୋଲିସ ପହଁଚି ଅଧିକ ତଦନ୍ତ କରୁଛି। 

ପୁଅ ପରୀକ୍ଷା ଦେବ ବୋଲି ଉତ୍ସାହର ସହ ପ୍ରହ୍ଲାଦ ସମୀରଙ୍କୁ ନେଇ ପରୀକ୍ଷା କେନ୍ଦ୍ରକୁ ଯାଉଥିଲେ। କିନ୍ତୁ ବିଧିର ବିଧାନ ଥିଲା ଅଲଗା । ବାଇକ ଦୁର୍ଘଟଣାରେ ପ୍ରହ୍ଲାଦଙ୍କ ଜୀବନ ଚାଲିଯାଇଥିବା ବେଳେ ଆହତ ପୁଅ ଯୁକ୍ତ ଦୁଇ ପରୀକ୍ଷାରୁ ବଞ୍ଚିତ ହୋଇଛନ୍ତି।

ଏହି ଖବରଟିକୁ ପଢନ୍ତୁ-ସୁରକ୍ଷା ବ୍ୟବସ୍ଥା ଠାରୁ ସୋସିଆଲ ମିଡିଆ ଆକାଉଣ୍ଟ ଯାଏଁ... ଅନ୍ତର୍ଜାତୀୟ ମହିଳା ଦିବସରେ 'ନାରୀ ଶକ୍ତି'ଙ୍କୁ ଦାୟିତ୍ଵ ଦେଲେ ପ୍ରଧାନମନ୍ତ୍ରୀ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.