ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ରଥଯାତ୍ରା ପରିପ୍ରେକ୍ଷୀରେ ଆଇନମନ୍ତ୍ରୀଙ୍କ କ୍ଷେତ୍ର ପରିଦର୍ଶନ; ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର

ପୁରୀ ୨୮/୬ : ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର ଭାବେ ପରିଗଣିତ କରାଯିବ ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଆଜି ଅପରାହ୍ନରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରିଛନ୍ତି । ସର୍କିଟ ହାଉସଠାରେ ପହଞ୍ଚି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଜିଲ୍ଲାପାଳ ଓ ଏସପିଙ୍କ ସହ ଆଲୋଚନା କରିବା ପରେ ସମଙ୍ଗ ପାର୍କିଂ ସ୍ଥାନ ପରିଦର୍ଶନ କରିଥିଲେ। ଶ୍ରଦ୍ଧାଳୁମାନଙ୍କ ଗାଡ଼ି ସେଠାରେ ପାର୍କିଂ ବ୍ୟବସ୍ଥା କରାଯାଇଥିବାରୁ ବିଭିନ୍ନ ଆବଶ୍ୟକୀୟ ସୁବିଧା ପ୍ରସ୍ତୁତ ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାପରେ ଗଦାଧର ହାଇସ୍କୁଲ ଓ ପରେ ଶ୍ରୀମନ୍ଦିର ନିକଟରେ ଅତିଥିମାନଙ୍କ ପ୍ରସ୍ତାବିତ ବସିବା ସ୍ଥାନକୁ ଅନୁଧ୍ୟାନ କରିଥିଲେ । ସିଂହଦ୍ବାରଠାରୁ ବଡ଼ଦାଣ୍ଡରେ ଯେପରି ଶ୍ରଦ୍ଧାଳୁମାନେ ସୁବିଧାରେ ରହି ମହାପ୍ରଭୁଙ୍କୁ ଦର୍ଶନ କରିବେ ଓ ରଥ ଟାଣିବେ ତାହାର ଅନୁଧ୍ୟାନ ମଧ୍ୟ ମନ୍ତ୍ରୀ କରିଥିଲେ।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଥିଲେ ଯେ, "ସରକାର ଓ ପ୍ରଶାସନର ଯୋଜନା ମୁତାବକ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଚାଲିଛି। ସେହିପରି ପୂର୍ବ ବର୍ଷ ତୁଳନାରେ ଚଳିତ ରଥଯାତ୍ରାରେ ଅଧିକ ଭକ୍ତଙ୍କ ସମାବେଶକୁ ଦୃଷ୍ଟିରେ ରଖି   ସମସ୍ତ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ ଭାବେ କରାଯାଉଛି। ମହାପ୍ରଭୁଙ୍କ ଦର୍ଶନକୁ ଅଧିକ ଶୃଙ୍ଖଳିତ ଭାବେ କରିବା ପାଇଁ ରଥଯାତ୍ରା ପରେ ସମସ୍ତଙ୍କ ପରାମର୍ଶ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ" I 

ଏହି ପରିଦର୍ଶନରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଏସପି ପିନାକ ମିଶ୍ର, ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ ସାହୁ, ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ବିନୟ ଦାଶ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ରଶ୍ମି ରଞ୍ଜନ ସାହୁ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.