ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଚୂଡ଼ାନ୍ତ ରାୟ: ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ୍‌କୁ ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ

Published By : Manash Sahoo | May 28, 2025 11:16 AM

ବଲାଙ୍ଗୀର ୨୮/୦୫: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ପୁଞ୍ଜିଲାଲ୍ ମେହେର ଦୋଷୀ ସାବ୍ୟସ୍ତ । ପାଟଣାଗଡ଼ ଅତିରିକ୍ତ ଜିଲ୍ଲା ଦୌରା ଜଜ୍‌ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲକୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏହି ମାମଲାରେ ୭ ବର୍ଷ ପରେ ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି । ପୁଞ୍ଜିଲାଲକୁ ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି। 

ସୂଚନା ଥାଉକି, ୨୦୧୮ ଫେବୃଆରୀ ୧୭ ତାରିଖରେ ଭଇଁଷା କଲେଜ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ପୁଅ ସୌମ୍ୟଶେଖର ସାହୁଙ୍କ ବାହାଘର ହୋଇଥିଲା। ବୃତ୍ତିଗତ ଶତ୍ରୁତାକୁ କେନ୍ଦ୍ର କରି ଅଧ୍ୟାପକ ପୁଞ୍ଜିଲାଲ ମେହେର ସଂଯୁକ୍ତା ସାହୁଙ୍କ ଘରକୁ ପାର୍ସଲ ବୋମା ପଠାଇଥିଲା। ୨୩ ତାରିଖ ଦିନ ପାର୍ସଲ୍‌ ଗିଫ୍ଟ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା। ଏଥିରେ ସୌମ୍ୟଶେଖର ଓ ତାଙ୍କ ଜେଜେ ମା’ଙ୍କର ମୃତ୍ୟୁ ଘଟିଥିଲା। ନବବିବାହିତା ପତ୍ନୀ ରୀମା ସାହୁ ଗୁରୁତର ଭାବେ ଆହତ ହୋଇଥିଲେ। ଘଟଣାର ତଦନ୍ତ କରି କ୍ରାଇମ୍‌ବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫  ତାରିଖରେ ଗିରଫ କରିଥିଲା। ସେବେଠାରୁ ପୁଞ୍ଜିଲାଲ ବଲାଙ୍ଗୀର ଜିଲ୍ଲା କାରାଗାରରେ କଏଦୀ ଭାବେ ଅଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.