ପ୍ରମୁଖ ଖବର
  • ଦିଲ୍ଲୀ ଏନସିଆରର ୫୦ରୁ ଉର୍ଦ୍ଧ୍ଵ ସ୍କୁଲରେ ଖଞ୍ଜା ହୋଇଛି ବମ୍ ! ଧମକପୂର୍ଣ୍ଣ ଇମେଲ୍ ଆସିବା ପରେ ଚାରିଆଡ଼େ ଚାଞ୍ଚଲ୍ୟ
  • ||
  • ଶ୍ରମିକ ଦିବସ; ଦୁର୍ଦ୍ଦିନରେ ଘରୋଇ ସହାୟିକା, ସରକାରୀ ସହାୟତାରୁ ହେଉଛନ୍ତି ବଞ୍ଚିତ
  • ||
  • ବିଜେଡି ବିଧାୟକ ପ୍ରାର୍ଥୀ ସୁଶାନ୍ତଙ୍କ ନାଁରେ ୮ କୋଟିର ଅସ୍ଥାବର ସମ୍ପତ୍ତି; ସ୍ତ୍ରୀଙ୍କ ନାଁରେ ୧୬ କୋଟିର ସମ୍ପତ୍ତି, ୧୫୦ ଗ୍ରାମ ସୁନା
  • ||
  • ବିଳମ୍ୱ ହେବ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶନ, ଧିମେଇଛି ଡିଜିଟାଲ ସାର୍ଟିଫିକେଟ୍ ପ୍ରସ୍ତୁତି କାମ
  • ||
  • ବଡ଼ବିଲ : କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ସାଲେପୁର : ଟ୍ରାକ୍ଟର ତଳେ ଚାପିହୋଇ ଶ୍ରମିକଙ୍କ ମୃତ୍ୟୁ, ଡ୍ରାଇଭର ସମେତ ୪ ଆହତ
  • ||
  • ଅଗ୍ନିକୁଣ୍ଡ ପାଲଟିଲା ସାରା ରାଜ୍ୟ, ୬ରୁ ଆଶ୍ୱସ୍ତି... ୭ରେ ବର୍ଷା
  • ||
  • ୧୧୪ ଡିଗ୍ରୀ ଫାରେନହାଇଟ୍‌ରେ କଲବଲ, ଅଂଶୁଘାତର ଶିକାର ହୋଇ ୩୦ଜଣ ହସ୍ପିଟାଲ ଗଲେ
  • ||

ଏହି ରାଶିର ବ୍ୟକ୍ତି ଧନକୁ ନେଇ ବିବାଦ ଏବଂ ମାଲି ମକଦ୍ଦମାରେ ପଡ଼ି ପାରନ୍ତି

ମେଷ : ସକାଳ ୭ଟା ୫୨ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ଅଶୁଭ ଫଳ ମିଳିବ । ଏହାପରେ ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନ ବିଷାଦ ଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ: ଲାଲ୍‌, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ବୃଷ : ସକାଳ ୭ଟା ୫୭ ମିନିଟ୍‌ ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନ, ପରିଜନଙ୍କ ସହ ବିବାଦ, ଆର୍ଥିକ ଠକାମି ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ମାଲି ମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ସମସ୍ତ କର୍ମରେ ଅସମ୍ଭବ ସଫଳତା ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗ ଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ସକାଳ ୭ଟା ୫୭ମିନିଟ୍‌ ପରେ ଘାତଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲି ମକଦ୍ଦମାରେ ପଡ଼ି ପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ବଦ୍‌ ଖର୍ଚ୍ଚ ଅଧିକ ହେବ ।କର୍ମରେ ବିଫଳତା ଏବଂ ବହୁ ବିଧ ସମସ୍ୟା ଦେଖା ଦେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ସକାଳ ୭ଟା ୫୭ ମିନିଟ୍‌ ପରେ ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ସ୍ୱଜନ, ପରିଜନ, ବନ୍ଧୁ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ନିବିଡ଼ ହେବ ଏବଂ ତାଙ୍କର ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ, ଆତ୍ମ ତୃପ୍ତି ମିଳିବ ।କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ସକାଳ ୭ଟା ୫୭ ମିନିଟ୍‌ ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ: ସବୁଜ, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା : ଘାତବାର ଏବଂ ଦଶମ ଓ ଏକାଦଶଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ କମ୍‌ ରହିବ । ଧନ ସମ୍ପଦ ବୃଦ୍ଧି ପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ ବିମଳା ।

ବିଛା : ନବମ ଓ ଦଶମଚନ୍ଦ୍ର, ଗୁରୁବାର ଏବଂସକାଳ ୭ଟା ୫୭ ମିନିଟ୍‌ ପରେ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ପରିସ୍ଥିତି, ପରିବେଶ ଓ ସମୟ ଆପଣଙ୍କ ପାଇଁ ଅନୁକୂଳ ରହିବ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମ ସମ୍ପୂର୍ଣ୍ଣ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତହେବେ । 

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ : ସକାଳ ୭ଟା ୫୭ ମିନିଟ୍‌ ପରେ ନବମ ଚନ୍ଦ୍ର ଏବଂ ଗୁରୁବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭ ଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ଘାତଚନ୍ଦ୍ର ଏବଂ ସକାଳ ୭ଟା ୫୭ ମିନିଟ୍‌ ପରେ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଦୁଃଖ, କ୍ଲେଶ, ରୋଗରେ ପୀଡ଼ିତ ହେବେ ଏବଂ ମନରେ ବିରକ୍ତି ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

କୁମ୍ଭ : ଘାତବାର ଏବଂ ସପ୍ତମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ରହିବ । ସହ ଧର୍ମିଣୀଙ୍କ ସହଯୋଗ ବନ୍ଧୁବାନ୍ଧବଙ୍କ ସହାୟତା ଏବଂ ସମସ୍ତଙ୍କର ସଦ୍ଦିଚ୍ଛା ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପରିଚିତ ମହିଳାଙ୍କଠାରୁ ଧନ ମିଳିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ମୀନ : ସକାଳ ୭ଟା ୫୭ ମିନିଟ୍‌ ପରେ ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଶୋକ, ଦୁଃଖକଷ୍ଟ, ଋଣ ଓ ଶତ୍ରୁ ଏଥିରୁ ମୁକ୍ତି ମିଳିବ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ଚାଲି ଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ  ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା :  ପ୍ରଭୁଶ୍ରୀଜଗନ୍ନାଥ ।

 ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.