ପ୍ରମୂଖ ଖବର
  • ସମ୍ବଲପୁର : ନୂଆଁଖାଇ ପାଇଁ ଲଗ୍ନ ନିର୍ଘଣ୍ଟ, ୨୮ରେ ଲାଗି ହେବ ନବାନ୍ନ
  • ||
  • ରବିବାର ଭାରତରେ ପହଞ୍ଚିବେ ମହକାଶଚାରୀ ଶୁଭାଂଶୁ ଶୁକ୍ଳା
  • ||
  • ଅଗଷ୍ଟ ୧୮ରେ ଭାରତ ଆସୁଛନ୍ତି ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି
  • ||
  • ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ , ପାସ୍‌ ହାର ୫୬.୨୩ ପ୍ରତିଶତ
  • ||
  • ବୌଦ୍ଧ ଗସ୍ତରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଟକର ପ୍ରସିଦ୍ଧ ଦହିବରା ଦୋକାନୀ ରଘୁ ମଉସାଙ୍କ ପରଲୋକ
  • ||
  • ନୂଆପଡ଼: ରାସ୍ତାରୁ ଗୋରୁଙ୍କୁ ଘଉଡ଼ାଇବା ବେଳେ ପିଟିଲା ପିକ୍ଅପ୍‌ ଭ୍ୟାନ୍; ଜଣେ ମୃତ, ଜଣେ ଗୁରୁତର
  • ||
  • ଦୟୀନଦୀରେ ନାବାଳକ ବୁଡ଼ିଯିବା ଘଟଣା, ୬ କିମି ଦୂରରୁ ଛାତ୍ରଙ୍କ ମୃତଦେହ ଠାବ
  • ||
  • କାଲିମେଳା : ଲଗାଣ ବର୍ଷାରେ ବୁଡ଼ିଲା ଏମ୍‌ଭି ୯୬ ପୋଲ, ଯାତାୟାତ ଠପ୍
  • ||
  • ଢେଙ୍କାନାଳ : ସୁଇମିଂ ପୁଲ୍‌ରୁ ଉତ୍ତରାଖଣ୍ଡ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ୍ : ଧରାପଡ଼ିଲେ ସ୍କର୍ପିଓ ଡ୍ରାଇଭର ଓ ସହଯୋଗୀ, ଥାର୍ ମାଲିକଙ୍କ ମିଳୁନି ପତ୍ତା
  • ||
  • ବାଲିପାଟଣାରେ ଯୁବକଙ୍କୁ ଜୀଅନ୍ତା ଜାଳିଦେବା ଘଟଣା: ବାପା ଏବଂ ସାବତ ଭାଇ ଗିରଫ, ପୁଲିସର ଖୋଳତାଡ଼
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୫ ଦିନ ଛେଚିବ ବର୍ଷା, ଆଜି ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
  • ||
  • ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ଙ୍କ ମଧ୍ୟରେ ୩ ଘଣ୍ଟା ଧରି ଆଲୋଚନା,ବାହାରିଲାନି ନିଷ୍କର୍ସ, ବନ୍ଦ ହେବନି ଋଷ-ୟୁକେନ୍ ଯୁଦ୍ଧ
  • ||

ଛତ୍ରପୁର ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ଅଫିସ୍‌ର ସମସ୍ତ କାଗଜପତ୍ର, କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ

Published By : Rasmita Pradhan | August 16, 2025 8:27 AM

ଛତ୍ରପୁର, ୧୬/୦୮ : ଛତ୍ରପୁର ସ୍ଥିତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ। ନିଆଁ ଲାଗି ଅଫିସ୍‌ର ସମସ୍ତ କାଗଜପତ୍ର, କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। 

ସୂଚନାନୁଯାୟୀ, ଶନିବାର ସକାଳେ ଛତ୍ରପୁର ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ନିଆଁ ଲାଗି ଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ଅଧିକାରୀଙ୍କୁ ଫୋନ୍ କରିଥିଲେ। ହେଲେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଫୋନ୍ ରିସିଭ୍ କରିନଥିଲେ। ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ତୁରନ୍ତ ଘଟଣା ସ୍ଥଳରେ ପହଁଚି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ବିଧାୟକ ନିଜେ ଉପସ୍ଥିତ ରହି ନିଆଁ ଲିଭାରେ ସହଯୋଗ କରିଥିଲେ। ତାଲା ପଡ଼ିଥିବା ଯୋଗୁଁ ନିଆଁ ଲିଭାଇବାରେ କିଛି ସମୟ ବିଳମ୍ବ ହୋଇଥିଲା। ଦୁଇ ଘଣ୍ଟା ପରେ ଅଧିକାରୀ ଜଣକ କାର୍ଯ୍ୟାଳୟ ଆସିଥିଲେ। ଦେହ ଅସୁସ୍ଥ ଥିବାରୁ ନିଦ ବାଟିକା ଖାଇ ଶୋଇଥିଲି ବୋଲି ଅଧିକାରୀ ଜଣକ କହିଥିଲେ। ଏହି ଅଗ୍ନିକାଣ୍ଡରେ ଅଫିସ୍‌ର ସମସ୍ତ କାଗଜପତ୍ର, କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ ହୋଇଯାଇଛି।  ସର୍ଟ ସର୍କିଟ୍ ପାଇଁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.