ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ସିଲିଣ୍ଡର ତିଆରି କମ୍ପାନୀରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

Published By : Rasmita Pradhan | April 14, 2025 2:59 PM

ଭୁବନେଶ୍ବର, ୧୪।୦୪ : ସିଲିଣ୍ଡର ତିଆରି କମ୍ପାନୀରେ ଅଗ୍ନିକାଣ୍ଡ। ଭୁବନେଶ୍ୱର ପଟିଆ ସବରବନ୍ ଇଣ୍ଡଷ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ କରୁଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। 

ସୂଚନାନୁଯାୟୀ, ସୋମବାର ପଟିଆ ସ୍ଥିତ ସିଲିଣ୍ଡର ତିଆରି କମ୍ପାନୀ ସବରବନ୍ ଇଣ୍ଡଷ୍ଟ୍ରିରେ ହଠାତ୍ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛି । ହେଲେ ବର୍ତ୍ତମାନ ଯାଏଁ ଆୟତ୍ତ ହୋଇନାହିଁ ନିଆଁ । ସର୍ଟ ସର୍କିଟ୍ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

ଏହି ଖବରଟିକୁ ପଢନ୍ତୁ-ହନୁମାନ ଜୟନ୍ତୀରେ ପୂଜା ପାଇଲେ କୋଟିଏ ଆଠ ରୁଦ୍ରାକ୍ଷରେ ନିର୍ମିତ ମହାବୀରଙ୍କ ପ୍ରତିମୂର୍ତ୍ତି


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.