ପ୍ରମୂଖ ଖବର
  • ଭୁବନେଶ୍ୱର : ସହି ପାରିଲେନି ଘର ମାଲିକଙ୍କ ନିର୍ଯାତନା, ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ
  • ||
  • ମୟୂରଭଞ୍ଜ : ସୋନ ଡ୍ୟାମ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ;୧୪ ମୃତ, ଅନେକ ଆହତ

Published By : Ankita S | April 30, 2025 8:03 AM

କୋଲକାତା,୩୦/୦୪; ସେଣ୍ଟ୍ରାଲ କୋଲକାତାର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଏଥିରେ ୧୪ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏକାଧିକ ଗୁରୁତର ହୋଇଛନ୍ତି । ଅନେକ ଲୋକ ହୋଟେଲ ଭିତରେ ଫସି ରହିଥିବା ଆଶଙ୍କା କରାଯାଉଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଉଦ୍ଧାରକାର୍ଯ୍ୟ ଜାରି ରହିଛି ।

କୋଲକାତାର ଋତୁରାଜ ନାମକ ହୋଟେଲରେ ନିଆଁ ଲାଗିଛି । ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ଘଟଣାର ଖବର ପାଇ ତୁରନ୍ତ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ । ବର୍ତ୍ତମାନ ନିଆଁକୁ ଆୟତ କରାଯାଇଥିବା ପୋଲିସ କମିଶନର ମନୋଜ କୁମାର ବର୍ମାଙ୍କ ପକ୍ଷରୁ ସୂଚନା ମିଳିଛି । ଅଘଟଣରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏକାଧିକ ଆହତ ହୋଇଛନ୍ତି । କେଉଁ କାରଣକୁ ଏପରି ଭୟଙ୍କର ଅଗ୍ନିକାଣ୍ଡ ହେଲା ତଦନ୍ତ ନେଇ ସ୍ୱତନ୍ତ୍ର ଟିମ୍ ଗଠନ ହେବ ।

କେନ୍ଦ୍ରମନ୍ତ୍ରୀ ତଥା ବିଜେପି ସଭାପତି ସୁକାନ୍ତ ମଜୁମଦାର ସ୍ଥିତି ସମୀକ୍ଷା କରିଛନ୍ତି । ଅଘଟଣ ନେଇ ଅପଡେଟ୍ ନେଇଛନ୍ତି । ନିଆଁ ଲାଗିବା ପରେ ଉଦ୍ଧାରକାରୀ ଦଳଙ୍କୁ ତୁରନ୍ତ ଘଟଣାସ୍ଥଳକୁ ଯିବାକୁ ନିର୍ଦ୍ଦେଶ ଦେଇଥିଲେ । ଆହତଙ୍କୁ ଯେପରି ସମସ୍ତ ପ୍ରକାର ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ସେ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ ।

ଅଘଟଣକୁ କଂଗ୍ରେସ ସଭାପତି ଶୁଭଙ୍କର ଶଙ୍କର କୋଲକାତା କର୍ପୋରେସନ ଉପରେ ବର୍ଷିଛନ୍ତି । ସେ କହିଛନ୍ତି,  ''ଏହି ଟ୍ରାଜିକ୍ ଘଟଣାରେ ଅନେକ ଲୋକଙ୍କର ଜୀବନ ନେଇଛି । ଏଠାରେ କୌଣସି ସୁରକ୍ଷା ବ୍ୟବସ୍ଥା ନଥିଲା । ମୁଁ ଜାଣିପାରୁନାହିଁ କର୍ପୋରେସନ କରୁଛି କଣ ?''

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.