ପ୍ରମୂଖ ଖବର
  • ମାଲକାନଗିରି : ଅବୁଝମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର, ପୁଲିସ ଗୁଳିରେ ୨ ମହିଳା ମାଓବାଦୀ ନିହତ
  • ||
  • ବାଲେଶ୍ୱର : ପାନ ଦୋକାନୀ ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ, ଧାର ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ଥିଲା ବିବାଦ
  • ||
  • କଟକ: ନରସିଂହପୁର ପଞ୍ଚମୁଖୀ ଛକରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ବଦଳିବ ଓଡ଼ିଶା ପର୍ଯ୍ୟଟନର କାୟାକଳ୍ପ, କେରଳ ଏବଂ ରାଜସ୍ଥାନ ମଡେଲ୍‌କୁ କରାଯିବ ଅନୁକରଣ, ଏସିଆର ଶ୍ରେଷ୍ଠ ପାଞ୍ଚରେ ରହିବ ରାଜ୍ୟ
  • ||
  • ପୁରୀ : ଭଗବାନ ଓ ଭକ୍ତଙ୍କ ମଧ୍ୟରୁ ହଟିଲା ଦୂରତା, ଦୁର୍ଲଭ ନବଯୌବନ ବେଶରେ ଦର୍ଶନ ଦେଲେ ଦାରୁବ୍ରହ୍ମ
  • ||
  • ପୁରୀ : ୨୯ରୁ ରତ୍ନଭଣ୍ଡାର ମରାମତି, ପ୍ରତିଦିନ ଦୁଇଟି ସିଫ୍ଟରେ ହେବ କାମ
  • ||
  • ଭୁବନେଶ୍ୱର : ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ, ଜଳିଗଲା କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ
  • ||
  • ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ, ଜଳିଗଲା କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ

Published By : Harapriya Sethi | June 26, 2025 7:59 AM

ଭୁବନେଶ୍ୱର,୨୬/୦୬: ବୁଧବାର ବିଳମ୍ବିତ ରାତିରେ ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ଗୋଦାମର ପ୍ରାୟ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ଜଳିଯାଇଛି । ନିଆଁ ଲିଭାଇବାକୁ ଯାଇ ବସ୍ତ୍ରାଳୟର ଜଣେ କର୍ମଚାରୀ ଆହତ ହୋଇଛନ୍ତି । ୨ ଘଣ୍ଟା ଅକ୍ଳାନ୍ତ ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛି ।

କଳ୍ପନା ଛକ ନିକଟରେ ଥିବା ତାରିଣୀ ବସ୍ତ୍ରାଳୟର ପଛ ପଟ ଗଳିରେ ଏକ ୫ ମହଲା ବିଶିଷ୍ଟ ଗୋଦାମ ଘର ଅଛି । ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଗୋଦାମର ସ୍କାଏ ଲାଇଟରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଏହା ସହ ବସ୍ତ୍ରାଳୟ ସୋ ରୁମରେ ଶୋଇଥିବା କର୍ମଚାରୀଙ୍କୁ ସୂଚନା ଦେଇଥିଲେ । ବସ୍ତ୍ରାଳୟର ୮ରୁ ୧୦ ଜଣ କର୍ମଚାରୀ ତୁରନ୍ତ ଗୋଦାମରେ ପହଞ୍ଚି ତାଲା ଭାଙ୍ଗି ଭିତରକୁ ପଶିଥିଲେ । ସେତେବେଳକୁ ପ୍ରଥମ ଓ ଦ୍ୱିତୀୟ ମହଲାକୁ ନିଆଁ ବ୍ୟାପୀ ଯାଇଥିଲା । ଦ୍ୱିତୀୟ ମହଲାରେ ନିଆଁ ଲିଭାଇବାକୁ ଉଦ୍ୟମ କରୁଥିଲାବେଳେ ଡ୍ରେସ ରଖାଯାଇଥିବା ଏକ ର‌୍ୟାକ ଜଣେ କର୍ମଚାରୀଙ୍କ ଉପରେ ପଡ଼ିଯାଇଥିଲା । ସେ ର‌୍ୟାକ୍‌ ତଳେ ଚାପି ହୋଇଯାଇଥିଲେ । ଏତିକି ବେଳେ କଳ୍ପନା ଓ ସଚିବାଳୟ ନିକଟସ୍ଥ ଅଗ୍ନିଶମ କେନ୍ଦ୍ରରୁ ୫ଟି ଦମକଳ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲେ । ପ୍ରବଳ ଧୂଆଁ ସତ୍ୱେ ଅଗ୍ନିଶମ କର୍ମଚାରୀ ଭିତରକୁ ପଶି ପ୍ରଥମେ ଫସି ରହିଥିବା କର୍ମଚାରୀଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଦେଇଥିଲେ । ପ୍ରାୟ ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା । 

ତେବେ ସେତେବେଳକୁ କୋଟିଏରୁ ଉଦ୍ଧ୍ୱର୍ ଟଙ୍କାର ସାମଗ୍ରୀ ଜଳି ଯାଇଥିଲା । ସହକାରୀ ଅଗ୍ନିଶମ ଅଧିକାରୀ ମନରଞ୍ଜନ ରାଉତ କହିଛନ୍ତି, ତାରିଣୀ ବସ୍ତ୍ରାଳୟ ଗୋଦାମର ଦୁଇଟି ମହଲା ନିଆଁରେ କ୍ଷତିଗ୍ରସ୍ତ ହୋଇଛି । ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନଥିଲାବେଳେ ସଟ୍‌ ସର୍କିଟରୁ ନିଆଁ ଲାଗିଥାଇ ପାରେ ବୋଲି ସନ୍ଦେହ କରାଯାଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.