ପ୍ରମୂଖ ଖବର
  • ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ
  • ||
  • ନୂଆପଡା : ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲିବା ବେଳେ ଅଘଟଣ, ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
  • ||
  • ପ୍ରଳୟଙ୍କରୀ ବନ୍ୟାରେ ଅସ୍ତବ୍ୟସ୍ତ ପାକିସ୍ତାନ, ୪୮ ଦିନରେ ଗଲାଣି ୬୫୦ ଜୀବନ
  • ||
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

ଗ୍ୟାସ୍ ସିଲିଣ୍ଡରରେ ଲାଗିଲା ନିଆଁ, ଜଳିଗଲା ରୋଷେଇ ସାମଗ୍ରୀ : ଅଳ୍ପକେ ବର୍ତ୍ତିଲେ ପାଚିକା

Published By : Suraj Kumar | August 13, 2025 5:59 PM

ଢେଙ୍କାନାଳ,୧୩/୮: ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ନୂଆ ଭୁବନ ଉଚ୍ଚ ବିଦ୍ୟାଳୟରେ ଅଘଟଣ। ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ରୋଷେଇ ସମୟରେ ଗ୍ୟାସ ସିଲିଣ୍ଡରରେ ହଠାତ୍ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ରୋଷେଇ ସାମଗ୍ରୀ ଜଳିଯିବା ସହିତ ପରିବା, ଅଣ୍ଡା ପୋଡି ନଷ୍ଟ ହୋଇଯାଇଛି। ରୋଷେଇ କରୁଥିବା ପାଚିକାମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିଆଁ ଲାଗିବା କ୍ଷଣି ଅଗ୍ନିଶମ ମେସିନ ବ୍ୟବହାର କରି ଆୟତ୍ତ କରାଯାଇଥିଲା। ଫଳରେ ସେମାନେ ଅଳ୍ପକେ ବର୍ତ୍ତି  ଯାଇଥିଲେ। 

ଏହି ବିଦ୍ୟାଳୟରେ ମୋଟ ୪୫୨ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବାବେଳେ ୧୪ ଜଣ ଶିକ୍ଷକ ଶିକ୍ଷୟତ୍ରୀ ନିଯୁକ୍ତି ରହିଛନ୍ତି। ୪ ଜଣ ପାଚିକା ରୋଷେଇ କାର୍ଯ୍ୟରେ ନିୟୋଜିତ ଥିଲେ। ଗ୍ୟାସ ସିଲିଣ୍ଡରରେ କିପରି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି। ନିୟମିତ ବ୍ୟବଧାନରେ ଗ୍ୟାସଗୁଡ଼ିକ ରକ୍ଷଣାବେକ୍ଷଣ କରାଯାଉନଥିବା ଅଭିଯୋଗ ହୋଇଛି। ସ୍କୁଲର ଗ୍ୟାସ୍ ଷ୍ଟୋଭ ମରାମତି କରୁଥିବା ବେଳେ ଅପରେଟର ରବିନ୍ଦ୍ର କୁମାର ଦାସ ଆହତ ହୋଇ ଭୁବନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.