ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୧୫ ରୁ ଉର୍ଦ୍ଧ୍ବ ଦୋକାନ

Published By : Harapriya Sethi | October 13, 2024 7:25 AM

ଆସ୍କା,୧୩/୧୦: ଆସିକା ଲକ୍ଷ୍ମୀ ବଜାର ପରିବା ମାର୍କେଟରେ ଲାଗିଲା ନିଆଁ । ଜଳିଗଲା ୧୫ ରୁ ଉର୍ଦ୍ଧ୍ବ ପରିବା ଦୋକାନ । ଲକ୍ଷାଧିକ ଟଙ୍କାର ପନିପରିବା ଇଲେଟ୍ରୋନିକ ସରଞ୍ଜାମ ନିଆଁରେ ଜଳିପୋଡ଼ି ପାଉଁଶ ହୋଇ ଯାଇଛି । ଗଞ୍ଜାମ ଜିଲ୍ଲା ଆସିକା ଲକ୍ଷ୍ମୀ ବଜାର ପରିବା ମାର୍କେଟରେ ଏହି ଅଗ୍ନିକାଣ୍ଡ ଘଟିଛି । 

ସୂଚନା ମୁତାବକ, ଶନିବାର ରାତି ପ୍ରାୟ ୨ ଟା ସମୟରେ ଆସିକା ଲକ୍ଷ୍ମୀ ବଜାର ପରିବା ମାର୍କେଟରେ ନିଆଁ ଲାଗିଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ପ୍ରଥମେ ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ । ପରେ ଆସିକା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ଟିମ୍‌ ଆସି ନିଆଁକୁ ଆୟତ୍ତ କରିଥିଲା । ତେବେ ଏହି ଅଗ୍ନିକାଣ୍ଡରେ ପୂର୍ବରୁ ଗଚ୍ଛିତ ଥିବା ପନିପରିବା ପୋଡ଼ି ଯିବାରୁ ବ୍ୟବସାୟୀ ମାନେ ବହୁତ କ୍ଷତି ସହିଛନ୍ତି । ଏପରିକି ପରିବା ମାର୍କେଟ ପୋଡ଼ି ଯିବାରୁ ଗ୍ରାହକ ପରିବା କିଣାରେ ଅନେକ ଅସୁବିଧା ଭୋଗ କରିଛନ୍ତି । ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଦଶହରା ପୂଜା ଥିବାରୁ ପ୍ରତ୍ୟେକ ଦୋକାନରେ ପୂଜା ପାଠ ପାଇଁ ଦୀପ ପ୍ରଜ୍ଵଳନ ହୋଇଥିଲା । ତେବେ ଦୀପ ନିଆଁରୁ ଏହି ଅଗ୍ନକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.