ପ୍ରମୂଖ ଖବର
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ମୁମ୍ବାଇର ଅନ୍ଧେରୀରେ ଭୟଙ୍କର ଅଗ୍ନିକାଣ୍ଡ, ଜଣେ ମୃତ

Published By : Anindita Ratha | January 7, 2025 2:18 PM

ନୂଆଦିଲ୍ଲୀ ,୦୭/୦୧: ମୁମ୍ବାଇର ଅନ୍ଧେରୀରେ ଭୟଙ୍କର ଅଗ୍ନିକାଣ୍ଡ । ଏକ ଆପାର୍ଣ୍ଟମେଣ୍ଟର ୧୧ ତମ ମହଲାରେ ନିଆଁ ଲାଗି ଜଣେ ବୃଦ୍ଧ ମୃତ। ସେହିପରି ଅନ୍ୟଜଣେ ଗୁରୁତର ଥିବା ବେଳେ ତାଙ୍କୁ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ସେପଟେ ଏନେଇ ଖବରପାଇ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ  କରିଛି ।  

ଏନେଇ ଆପାର୍ଣ୍ଟମେଣ୍ଟରେ ରହୁଥିବା ଜଣେ ବ୍ୟକ୍ତି କହିଛନ୍ତି ଯେ, ନିଆଁ ଲାଗିବା ପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ସୂଚନା ଦିଆଯାଇଥିଲା। ଅଗ୍ନିଶମ ବାହିନୀ ୧୫ ମିନିଟ ମଧ୍ୟରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଥିଲା । ଏହି ଦୁର୍ଘଟଣାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ସେଠାରେ ଚିକିତ୍ସା ସମୟରେ ମୃତ୍ୟୁବରଣ କରିଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ସ୍ଥାନୀୟ ପୋଲିସ ଏବଂ ଅଗ୍ନିଶମ ବିଭାଗ ଏହି ଘଟଣାର ତଦନ୍ତ କରୁଛନ୍ତି। ପ୍ରକାଶ ଥାଉକି,  ନିକଟରେ ହାଇଦ୍ରାବାଦର  ଏକ ସଫ୍ଟୱେର୍ କମ୍ପାନୀରେ ଅଗ୍ନିକାଣ୍ଡ ଘଟିଥିଲା।




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.