ପ୍ରମୂଖ ଖବର
  • ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର କୁଚେଇ ଶାଖାରୁ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍
  • ||
  • ବାରିପଦା : ପୂର୍ବ ଶତ୍ରୁତା ଓ ଛେଳି ଚୋରିକୁ ନେଇ ପୁଅକୁ ଗୁଳି, ମାଆକୁ ଛୁରାମାଡ
  • ||
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ନିଆଁ ଲାଗି ଜଳିଗଲା ‘ଅନୁପମା’ ସୁଟିଂ ସେଟ୍‌, ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ

Published By : Krishna Priya | June 23, 2025 11:21 AM

ମୁମ୍ବାଇ ୨୩/୦୬: ମୁମ୍ବାଇର ଗୋରେଗାଓଁ (ପୂର୍ବ) ସ୍ଥିତ ଫିଲ୍ମ ସିଟିରେ ଅଘଟଣ। ନିଆଁ ଲାଗି ଜଳିଗଲା ଏକ ଧାରାବାହିକର ସୁଟିଂ ସେଟ୍‌। ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । କୌଣସି ମୃତାହତର ସୂଚନା ନାହିଁ। 

ରିପୋର୍ଟ ଅନୁଯାୟୀ, ଲୋକପ୍ରିୟ ଧାରାବାହିକ ଅନୁପମାର ସୁଟିଂ ସେଟରେ ଅଗ୍ନିକାଣ୍ଡ ଘଟିଛି। ଏହି ସେଟ୍‌ଟି ଦାଦାସାହେବ ଫାଲକେ ଚିତ୍ରନଗରୀରେ ମରାଠୀ ବିଗ୍ ବସ୍ ସେଟ୍ ପଛରେ ରହିଥିଲା । ଏହି ଅଗ୍ନିକାଣ୍ଡ ସକାଳ ପ୍ରାୟ ୬:୧୦ ସମୟରେ ଘଟିଛି। ମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ (BMC) ଏହି ସୂଚନା ଦେଇଛି। 

ଆଜି ସକାଳୁ ସେଟରେ ଅନୁପମାର ସୁଟିଂ ଆରମ୍ଭ ହେବାର ଥିଲା। କିନ୍ତୁ ତା ପୂର୍ବରୁ ସେଟରେ ନିଆଁ ଲାଗିଯାଇଥିଲା। ଏହି ସମୟରେ ସେଠାରେ କିଛି କର୍ମଚାରୀ ଏବଂ କ୍ରୁ ସଦସ୍ୟ ଉପସ୍ଥିତ ଥିଲେ। ନିଆଁର ପ୍ରକୋପ ଏତେ ଅଧିକ ଥିଲା ଯେ ଚାହୁଁ ଚାହୁଁ ସବୁକିଛି ଜଳି ଛାରରଖାର ହୋଇଯାଇଥିଲା। ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ପ୍ରାଥମିକ ତଦନ୍ତରୁ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । କିନ୍ତୁ ଏପର୍ଯ୍ୟନ୍ତ କୌଣସି ମୃତାହତର ସୂଚନା ନାହିଁ ।

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.