ଭୁବନେଶ୍ୱର,୨୧/୦୨: ଭୁବନେଶ୍ୱର ସୌଭାଗ୍ୟ ନଗର ଅଞ୍ଚଳରେ ଥିବା ଗ୍ରୀନ୍ ଟ୍ରେଣ୍ଡ୍ସ ପାର୍ଲରରେ ଅଗ୍ନିକାଣ୍ଡ । ସର୍ଟ ସର୍କିଟରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାର୍ଲର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି । ଘଟଣା ସ୍ଥଳରେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀର ୩ ଟି ଟିମ୍ । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।
ସୂଚନା ମୁତାବକ, ଗୁରୁବାର ରାତି ୯ଟାରେ ପାର୍ଲରର ମ୍ୟାନେଜର ଦୋକାନ ବନ୍ଦ କରି ଘରକୁ ଯାଇଥିଲେ । ଆଜି ସକାଳୁ ଉକ୍ତ ପାର୍ଲରରୁ ଧୂଆଁ ବାହାରୁଥିବା ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେବା ସହ ଦୋକାନର ମ୍ୟାନେଜରକୁ ମଧ୍ୟ ଖବର ଦେଇଥିଲେ । ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀର ୩ଟି ଟିମ୍ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ତେବେ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି ।