ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ, ପାଉଁଶ ହୋଇଗଲା ୪ ବଖରା ଘର

ସାଲେପୁର,୨୫/୦୭: କଟକ ଜିଲ୍ଲା ମଧ୍ୟକଛ ପଞ୍ଚାୟତ ଆତୋଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ। ବୁଧବାର ବିଳମ୍ବିତ ରାତ୍ରିରେ ଅଗ୍ନିକାଣ୍ଡ ଘଟି ୪ ବଖରା ଘର ଜଳିପୋଡ଼ି ପାଉଁଶ ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି।

ସୂଚନା ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଆତୋଡା ଗ୍ରାମର ଶିବାନନ୍ଦ ସେଠି ଓ ଭାଗ୍ୟଧର ସେଠିଙ୍କ ୪ ବଖରା ଘରେ ହଠାତ୍ ନିଆଁ ଲାଗିଯାଇଥିଲା। ଫଳରେ ଘରେ ଥିବା ସମସ୍ତ ଆସବାବପତ୍ର ସହ ଧାନ ଚାଉଳ ପୋଡ଼ି ଛାରଖାର ହୋଇଯାଇଥିଲା। ଗାଁ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ସାଲେପୁର ଅଗ୍ନିଶମ ବାହିନୀ ଓ ପାଗ ଫାଣ୍ଡିର ସମସ୍ତ ଅଧିକାରୀ ମିଶି ନିଆଁକୁ ଆୟତ୍ତ କରିଥିଲେ। ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ତୁରନ୍ତ ଅଗ୍ନିବିପନ୍ନଙ୍କୁ ସାହାଯ୍ୟ କରିବାପାଇଁ ଗ୍ରାମବାସୀ ପକ୍ଷରୁ ଦାବି କରାଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.