ପ୍ରମୂଖ ଖବର
  • ଖୁବ୍‌ଶୀଘ୍ର ସରିବ ନିର୍ବାଚନ ପ୍ରକ୍ରିୟା, ଫେବୃଆରୀ ପ୍ରଥମ ସପ୍ତାହ ସୁଦ୍ଧା ବିଜେପିକୁ ମିଳିବ ନୂଆ ରାଜ୍ୟ ସଭାପତି
  • ||
  • ରେଢାଖୋଲ ଧଉରାଖମନ ନିକଟରେ ଓଲଟିଲା ପିକ୍‌ଅପ୍ ଭ୍ୟାନ୍: ୨୨ ଆହତ,୮ ଗୁରୁତର
  • ||
  • ​ଢ଼େଙ୍କାନାଳ: ଦନ୍ତା ଆତଙ୍କରେ ଅତିଷ୍ଠ ଗ୍ରାମବାସୀ, ଶିଶୁର ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ରାସ୍ତାରୋକ୍
  • ||
  • ଭିଜିଲାନ୍ସ ଜାଲରେ ବଣାଇ ITDAର ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ, ଏକକାଳୀନ ୭ଟି ସ୍ଥାନରେ ରେଡ଼
  • ||
  • ଆଜିଠୁ ଟାଇଁ ଟାଇଁ ଖରା,୪ ଡିଗ୍ରୀ ବଢ଼ିବ ତାପମାତ୍ରା: ୨୩ ଜିଲ୍ଲାକୁ ଘନ କୁହୁଡ଼ି ଆଲର୍ଟ
  • ||

ମେଡିସିନ୍‌ ଗୋଦାମରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ଔଷଧ

Published By : Harapriya Sethi | January 29, 2025 11:10 AM

ଭୁବନେଶ୍ୱର,୨୯/୦୧: ସିମ୍ଫୋନି ମଲ୍‌ ନିକଟସ୍ଥ ମେଡିସିନ୍‌ ଗୋଦାମରେ ଲାଗିଲା ନିଆଁ । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଔଷଧ ଜଳି ପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛି । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ରୁଦ୍ରପୁର ନିଟକରେ ଫାର୍ମା ୱାର୍ଲ୍ଡ ନାମକ ଏକ ଔଷଧ ଗୋଦାମ ରହିଛି । ତେବେ ବୁଧବାର ହଠାତ ଉକ୍ତ ଗୋଦାମରେ ନିଆଁ ଲାଗିଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀର ଏକ ଟିମ୍‌ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛି । ତେବେ ନିଆଁ ଲାଗିବା କାରଣରୁ ଗୋଦାମ ଭିତରେ ଥିବା ଲକ୍ଷାଧିକ ଟଙ୍କାର ଔଷଧ ଜଳି ପୋଡ଼ି ନଷ୍ଟ ହୋଇଯାଇଛି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.