ପ୍ରମୂଖ ଖବର
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ପାଇପ ଷ୍ଟକୟାର୍ଡରେ ଲାଗିଲା ନିଆଁ, ଜଳିଗଲା ପାଇପ

Published By : Prameya | April 28, 2025 4:18 PM

ପାରାଦ୍ବୀପ,୨୮।୪ :ଟେକ୍ନୋମାଉଣ୍ଟ-ମେଣ୍ଟାଲକ୍ରାଫ୍ଟ କମ୍ପାନୀ  ପାଇପ ଷ୍ଟକୟାର୍ଡରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ଜଳିଗଲା ପାଇପ୍। ଘଟଣାସ୍ଥଳରେ ୭ ଟି ଅଗ୍ନିଶମ ଗାଡ଼ି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ହୋଇଛି।  ।  ଫୋମ୍ ଓ ପାଣି ଦ୍ବାରା ନିଆଁ କୁ ଆୟତ୍ତ କରିବା ପାଇଁ ଚେଷ୍ଟା କରାଯାଉଛି।

ଆଇଓସିଏଲ ର ତୈଳ ପାଇପ ଲାଇନ୍ ବିଛାଇବା କାର୍ଯ୍ୟ ପାଇଁ ରହିଥିଲା ପାଇପ୍ । ପାଇପ ଉପରେ ରହିଛି ପିଚୁ ଓ ପ୍ଲାଷ୍ଟିକ କୋଟିଂ । କୌଣସି କାରଣବଶତଃ ପାଇପ ଷ୍ଟକୟାର୍ଡରେ ନିଆଁ ଲାଗିଥିଲା। ଫଳରେ ପାଇପଗୁଡିକ ହୁତୁ ହୁତୁ ହୋଇ ଜଳିଥିଲା। ନିଆଁକୁ ଆୟତ୍ତ କରିବା ପାଇଁ ଆଇଓସିଏଲ, ଇଫକୋ, ପିପିଏଲ, ପାରାଦ୍ଵୀପ ବନ୍ଦର, କୁଜଙ୍ଗ ଅଗ୍ନିଶମ ବିଭାଗ ର ୭ ଟି ଗାଡ଼ି ଲାଗିଛନ୍ତି। ।  ଫୋମ୍ ଓ ପାଣି ଦ୍ବାରା ନିଆଁ କୁ ଆୟତ୍ତ କରିବା ପାଇଁ ଚେଷ୍ଟା କରାଯାଉଛି। ଯେହେତୁ ଏହି ଷ୍ଟକ୍ ୟାର୍ଡ ର ଅପର ପାର୍ଶ୍ୱରେ କାର୍ବନ କାରଖାନା ଥିବା ବେଳେ, ମାତ୍ର ୫୦ ମିଟର ଦୂରରେ ଏକ ପେଟ୍ରୋଲ ପମ୍ପ ଓ ରାସ୍ତା ର ଅପରପାର୍ଶ୍ବରେ ରହିଛି ପାରାଦ୍ଵୀପ-ହଳଦିଆ ତୈଳ ପାଇପ ଲାଇନ୍। ଯାହା ବିପଦ ସୃଷ୍ଟି କରିବାର ସମ୍ଭାବନା ରହିଛି।  ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.