ପ୍ରମୂଖ ଖବର
  • ବୟକଟ୍ ଇଣ୍ଡିଆରୁ ୱେଲକମ୍ ମୋଦି, ମାଳଦ୍ଵୀପ ବିମାନ ବନ୍ଦରରେ ମୋଦିଙ୍କୁ ସ୍ଵାଗତ କଲେ ମୁଇଜ୍ଜୁ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ : ରିଟର୍ଣ୍ଣିଂ ଏବଂ ଆସିଷ୍ଟାଣ୍ଟ ରିଟର୍ଣ୍ଣିଂ ଅଫିସରଙ୍କୁ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
  • ||
  • ଅଶ୍ଳୀଳ କଣ୍ଟେଣ୍ଟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ : ୨୫ ଭିଡିଓ ପ୍ଲାଟଫର୍ମକୁ ବ୍ୟାନ୍ କଲେ କେନ୍ଦ୍ର ସରକାର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ନୂଆ ଟୁଇଷ୍ଟ, ପୀଡ଼ିତାଙ୍କ ସାଙ୍ଗ କିଣିଥିଲେ ରୁପା ମୁଦି
  • ||
  • ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌, ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସିତ
  • ||
  • ଜୟପୁର: ଭିଜିଲାନ୍ସ ପଞ୍ଝାରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ, ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍
  • ||
  • ବିକାଶ ହେବ ୬ ବୟନଶିଳ୍ପ ପାର୍କ, ଆଜି ‘ଓଡ଼ିଶା ଟେକ୍ସ ୨୦୨୫’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାମ୍ବୋଡିଆ-ଥାଇଲାଣ୍ଡ ଭୟଙ୍କର ଯୁଦ୍ଧ, ଆକାଶରୁ ବର୍ଷୁଛି ବୋମା, ଗୁଳିମାଡ଼ରେ ୧୩ ଥାଇ ନାଗରିକଙ୍କ ମୃତ୍ୟୁ
  • ||
  • ଭାରତ-ବ୍ରିଟେନ୍‌ ମୁକ୍ତ ବାଣିଜ୍ୟ ରାଜିନାମା ସ୍ୱାକ୍ଷର, ଶସ୍ତା ହେବ ବ୍ରିଟେନ୍‌ ହ୍ୱିସ୍କି, କାର୍‌, ସଫ୍ଟଡ୍ରିଙ୍କ, ଫୁଟ୍‌ୱେର୍‌
  • ||
  • ମଣିପୁରରେ ଆଉ ୬ ମାସ ବଢ଼ିଲା ରାଷ୍ଟ୍ରପତି ଶାସନ, ସଂସଦରେ ପ୍ରସ୍ତାବକୁ ମଞ୍ଜୁରୀ, ଅଗଷ୍ଟ ୧୩ରୁ ଲାଗୁ
  • ||
  • ଅବପାତ ରୂପ ନେବ ଲଘୁଚାପ, ୩୦ ଯାଏ ପ୍ରବଳ ବର୍ଷିବ, ସମୁଦ୍ର ଅଶାନ୍ତରୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ
  • ||

ହୁତୁହୁତୁ ହୋଇ ଜଳିଗଲା ୩ ବଖରା ଘର, ୨ ଆହତ

Published By : Rasmita Pradhan | July 25, 2025 7:48 AM

ଜଳେଶ୍ଵର, ୨୫/୦୭ : ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ବସିଚକୁରି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳିଗଲା ୩ ବଖରା ଘର। ଗୁରୁବାର ରାତି ପ୍ରାୟ ୮ଟା ବେଳେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଏହି ଅଘଟଣରେ ଦୁଇ ଜଣ ଆହତ ହୋଇଛନ୍ତି। 

ସୂଚନାନୁଯାୟୀ, ଗତକାଲି ରାତି ପ୍ରାୟ ୮ଟା ବେଳେ ବସିଚକୁରି ଗାଁର ରତିକାନ୍ତ ସିଂଙ୍କ ଘରେ ହଠାତ୍ ନିଆଁ ଲାଗିଯାଇଥିଲା। ରତିକାନ୍ତ ଏବଂ ତାଙ୍କ ତିନି ପୁଅ ଗ୍ରାମବାସୀଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ରତିକାନ୍ତଙ୍କ ବୋହୂ ଏବଂ ନାତୁଣୀ ନିଆଁରେ ପୋଡ଼ି ଆହତ ହୋଇଛନ୍ତି। ଖବର ପାଇ ବସ୍ତା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରିଥିଲେ। ଘର ଭିତରେ ଥିବା ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ବିଦ୍ୟୁତ୍ ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। 

ବସିଚକୁରି ଗ୍ରାମରେ ବିଦ୍ୟୁତ ବିଭାଗର ଖାମଖିଆଲି ନୀତି ଯୋଗୁଁ ଅନେକ ସମୟରେ ଦୁର୍ଘଟଣା ଘଟି ଆସୁଥିବା ବେଳେ ତୁରନ୍ତ ଏହାର ସମାଧାନ ସହିତ କ୍ଷତିପୂରଣ ଦେବାକୁ ଦାବି ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.