ପ୍ରମୂଖ ଖବର
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଚିଲିକା କୂଳରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଉର୍ଦ୍ଧ୍ୱ ଦୋକାନ

Published By : Rasmita Pradhan | April 11, 2025 10:46 AM

କୃଷ୍ଣପ୍ରସାଦ, ୧୧/୦୪ : ଚିଲିକା କୂଳ ନିକଟ ଜହ୍ନିକୁଦା ଘାଟ ପେଣ୍ଠ ନିକଟରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ୧୦ରୁ ଉର୍ଦ୍ଧ୍ୱ ଦୋକାନ। ପୋଡ଼ି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ଖବର ପାଇ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ।

ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ କୌଣସି କାରଣରୁ ଚିଲିକା କୂଳ ଜହ୍ନିକୁଦା ଘାଟ ପେଣ୍ଠ ନିକଟରେ ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡରେ ୧୦ ରୁ ଉର୍ଦ୍ଧ୍ଵ ଦୋକାନ ହୁତୁହୁତୁ ହୋଇ ଜଳି ଯାଇଥିଲା। ଏହା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିଥିଲା। ତେବେ ଅଗ୍ନିକାଣ୍ଡ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ଛାରଖାର୍ ହୋଇଯାଇଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ବିଦ୍ୟୁତ୍ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। 

ଏହି ଖବରଟିକୁ ପଢନ୍ତୁ-ମେଲଣରେ ବଚସାକୁ ନେଇ ପିପିଲିରେ ବୋମା ମାଡ଼, ଜଣେ ଗୁରୁତର ୩ ଆହତ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.