ପ୍ରମୂଖ ଖବର
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ସାମାନ୍ୟ ବଚସାରୁ ରାଉରକେଲାରେ ଫୁଟିଲା ଗୁଳି, ଅଳ୍ପକେ ବର୍ତ୍ତିଲେ ଯୁବକ

Published By : Harapriya Sethi | March 28, 2025 9:44 AM

ଭୁବନେଶ୍ୱର, ୨୮/୦୩: ଷ୍ଟିଲ୍‌ ସିଟିରେ ଗୁଳିକାଣ୍ଡ । ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ପରେ ଫୁଟିଲା ଗୁଳି । ଅଳ୍ପକେ ବର୍ତ୍ତିଗଲେ ଯୁବକ । ଟାଙ୍ଗରାପାଲି ଥାନା ଅନ୍ତର୍ଗତ ଦେଓଗାଁ ଆରଏସପି ସ୍ଲାଗ ଗେଟ୍ ନିକଟରେ ଏଭଳି ଘଟଣା ଘଟିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

ରାଜଧାନୀରୁ ଗୋରୁ ଭର୍ତ୍ତି ପିକଅପ୍ ଗାଡ଼ି ଜବତ, ରାସ୍ତା ଉପରେ ଗାଡ଼ି ଛାଡ଼ି ଡ୍ରାଇଭର ଫେରାର

ସୂଚନା ମୁତାବକ, ଦେଓଗାଁ ଆରଏସପି ସ୍ଲାଗ ଗେଟ୍ ନିକଟରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହେଇଥିଲା । ପରେ ଏହା ଉଗ୍ର ରୂପ ନେଇଥିଲା । ଉଭୟ ଗୋଷ୍ଠୀଙ୍କ ମାରପିଟ ହେବା ପରେ ଫୁଟିଥିଲା ଗୁଳି । ଏହି ଗୁଳି କାଣ୍ଡରେ ଜଣେ ଯୁବକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଗୁଳି ଫୁଟିବା ଶବ୍ଦ ଶୁଣି ସ୍ଥାନୀୟଲୋକେ ଦୌଡ଼ି ଆସି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.