ପ୍ରମୂଖ ଖବର
  • ଶ୍ରୀଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ନୀତି: ୧୦୮ ଗରା ତୀର୍ଥ ଜଳରେ ସ୍ନାନ କରିବେ ମହାପ୍ରଭୁ
  • ||
  • ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ
  • ||
  • କରଞ୍ଜିଆ : ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର
  • ||
  • ଶ୍ରୀମନ୍ଦିରରେ ଦେବାଭିଷେକ ନୀତି: ଆଜି ମହାପ୍ରଭୁଙ୍କ ରାଜାଧିରାଜ ଓ ନବାଙ୍କ ବେଶ
  • ||
  • ସୁବର୍ଣ୍ଣପୁର : ଇଥାନଲ ପ୍ଲାଣ୍ଟ ମେସିନରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
  • ||

ଖାଇକୁ ଖସିଲା ବସ୍‌: ୫ ମୃତ, ୧୭ ଆହତ ହସ୍ପିଟାଲରେ ଭର୍ତ୍ତି

Published By : Tapas Panda | January 12, 2025 7:20 PM

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ପୌରି ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୩୦୦ ଫୁଟ ଗଭୀର ଖାଇକୁ ଖସିପଡ଼ିଛି ଏକ ଯାତ୍ରୀବାହୀ ବସ୍‌ ।   ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛି । 

ମିଳିଥିବା ସୂଚନା ଅନୁସାରେ, ୨୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌ ପୌରି ଜିଲ୍ଲାର ଦହଲଚୋରି ନିକଟରେ ଖାଇକୁ ଖସିପଡ଼ିଛି ।  ଦୁର୍ଘଟଣା ପରେ ପୌରି ଜିଲ୍ଲା ପ୍ରଶାସନ ଏସଡିଆରଏଫକୁ ସୂଚନା ଦେଇଥିଲା ।  ଏସଡିଆରଏଫ୍‌ ଟିମ୍‌ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ବସ୍‌ଟି ଦହଚୋରିରୁ ପୌରି ଅଭିମୁଖେ ଯାତ୍ରା କରୁଥିଲା । 

ପୌରି ଜିଲ୍ଲାର ଜିଲ୍ଲାପାଳ ଆଶିଷ ଚୌହାନ କହିଛନ୍ତି ଯେ, ବସ୍‌ ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି ଏବଂ ଏକାଧିକ ଆହତ ହୋଇଛନ୍ତି । କେତେ ଜଣ ଆହତଙ୍କୁ ଶ୍ରୀନଗର ହସ୍ପିଟାଲକୁ ପଠାଯାଇଥିବା ବେଳେ ୭ରୁ ୮ ଜଣ ଆହତ ପୌରି ଜିଲ୍ଲା ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସେପଟେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ଏହା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ଧାମି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.