ପ୍ରମୂଖ ଖବର
  • ଉପକୂଳ ମୁହାଁ ଦାନା, ପାରାଦୀପ ଠାରୁ ୧୦୦ କି.ମି ଦୂରରେ ରହିଛି
  • ||
  • ଉଦଳା : ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ
  • ||
  • ବାତ୍ୟା ଆଶ୍ରୟସ୍ଥଳୀ ଅଚାନକ ପରିଦର୍ଶନ କଲେ ବାଲେଶ୍ୱର ସାଂସଦ
  • ||
  • ସାଲେପୁର : ଭଙ୍ଗା ଚାଳଛପର ଘରୁ ୭୦ ବର୍ଷର ବୃଦ୍ଧା ଉଦ୍ଧାର, ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଏବଂ ଯବାନ
  • ||
  • ହିନ୍ଦୋଳ : ପଟାଳୁ ଗ୍ରାମରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆସୁଛି ବାତ୍ୟା 'ଦାନା', ଚନ୍ଦ୍ରଭାଗାରେ ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ ଓ ଏସପି
  • ||
  • ବଲାଙ୍ଗୀର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ବାଙ୍କୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର
  • ||
  • ବର୍ଡର-ଗାଭାସ୍କର ଟ୍ରଫି: ନିତିଶଙ୍କୁ ମିଳିପାରେ ଦଳରେ ସୁଯୋଗ, ଖୁବ୍‌ଶୀଘ୍ର ଦଳ ଘୋଷଣା
  • ||
  • ସାଲେପୁର : ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ
  • ||
  • ବାତ୍ୟା 'ଦାନା'ର ପ୍ରଭାବ, କୋଣାର୍କ ଓ ଚନ୍ଦ୍ରଭାଗା ପର୍ଯ୍ୟଟକ ଶୂନ୍ୟ
  • ||
  • ଚନ୍ଦକା ମେଣ୍ଢାଶାଳ ଅଞ୍ଚଳରେ ହତ୍ୟାକାଣ୍ଡ; ଭିଣୋଇର ଭୁଜାଲି ଚୋଟରେ ଶଳା ମୃତ, ୩ ଗୁରୁତର
  • ||
  • ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ଷଷ୍ଠକୁ ଉଠିଲେ ପନ୍ତ, ଶ୍ରେଷ୍ଠ ୧୦ରେ ୩ ଭାରତୀୟ
  • ||
  • ବାତ୍ୟା 'ଦାନା' ଆତଙ୍କ: ବର୍ଷା, ପବନ ଜୋର ହେଲେ ୨୪, ୨୫ରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
  • ||
  • କେନ୍ଦ୍ରାପଡ଼ା : ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନର ପଦକ୍ଷେପ, ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
  • ||
  • ବାତ୍ୟା ପାଇଁ ଆଠଗଡ଼ ପରିବା ବଜାରରେ ଲୋକଙ୍କ ଭିଡ଼, କିଣି ନେଉଛନ୍ତି ବ୍ୟାଗ୍ ବ୍ୟାଗ୍ ପରିବା
  • ||
  • ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌
  • ||

୧୨ ଘଣ୍ଟା ଯାଏ ତାଣ୍ଡବ ରଚିବ 'ଦାନା',୨୪ ଘଣ୍ଟିଆ ଆମ୍ୱୁଲାନ୍ସ ସେବା ଜାରି

ଭୁବନେଶ୍ୱର, ୨୪।୧୦: ଉପକୂଳ ଓଡ଼ିଶାକୁ ମାଡ଼ି ଆସୁଛି ବାତ୍ୟା ଦାନା । ଘଣ୍ଟାପ୍ରତି ୧୨ କିମି ବେଗରେ ଉତ୍ତର-ପଶ୍ଚିମ ଦିଗରେ ମୁହାଁଉଛି । ଆଜି ରାତି ସାଢ଼େ ୧୧ଟାରୁ ଦିନ ସାଢ଼େ ୧୧ ଯାଏ ରଚିବ ତାଣ୍ଡବ । ଏହି ୧୨ ଘଣ୍ଟା ଧରି ଓଡ଼ିଶା ଉପକୂଳରେ ସର୍ବାଧିକ ପ୍ରକୋପ ଦେଖାଇବ । ପ୍ରଭାବରେ ୭ ଜିଲ୍ଲାରେ ଭୟାନକ ବର୍ଷା । ଆଗୁଆ ପ୍ରସ୍ତୁତ ରହିବାକୁ ବନଖଣ୍ଡ ଅଧିକାରୀଙ୍କୁ ବିଭାଗୀୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ । ଏଥିସହିତ ୨୪ ଘଣ୍ଟିଆ ଆମ୍ୱୁଲାନ୍ସ ସେବା ଜାରି ହୋଇଛି । 

ବୁଧବାର ଅପରାହ୍ନଠାରୁ ଉପକୂଳ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଛି । ବାତ୍ୟା ପାଇଁ ପ୍ରଭାବିତ ହେବାକୁ ଥିବା ଅଞ୍ଚଳର ବନଖଣ୍ଡ ଅଧିକାରୀଙ୍କୁ ପ୍ରସ୍ତୁତ ରହିବାକୁ ବିଭାଗୀୟ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ନିର୍ଦ୍ଦେଶ ଦେଇଛନ୍ତି । ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନ ସମସ୍ତ କ୍ଷେତ୍ର କାର୍ଯ୍ୟକର୍ତ୍ତା, କର୍ମଚାରୀ ବିଶେଷକରି ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳର ବନଖଣ୍ଡ ଅଧିକାରୀ ଏବଂ ନନ୍ଦନକାନନ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ ନିଜ ନିଜ ଆଞ୍ଚଳିକ କର୍ତ୍ତୃତ୍ୱ ମଧ୍ୟରେ ବାତ୍ୟାର ପ୍ରାକ୍‌ ଓ ପରବର୍ତ୍ତୀ କାଳରେ ସତର୍କତାମୂଳକ ପଦକ୍ଷେପ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପଟେ ଜାରି ହୋଇଛି ୨୪ ଘଣ୍ଟିଆ ଆମ୍ୱୁଲାନ୍ସ ସେବା । ସ୍ୱେଚ୍ଛାସେବୀ ସଂଗଠନ ପ୍ରଦୀପ ସେବା ଟ୍ରଷ୍ଟ ବାତ୍ୟା ବେଳେ ଲୋକଙ୍କୁ ନିଶୁଳ୍କ ସେବା ଯୋଗାଇବା ପାଇଁ ପ୍ରସ୍ତୁତି ଚଳାଇଛି । ଅସମୟ ବେଳେ ଗରିବ, ଅସହାୟ ଲୋକଙ୍କୁ ସହାୟତା ଯୋଗାଇ ଦିଆଯିବ । ବିଶେଷ କରି ଆପାତ୍ତକାଳୀନ ପରିସ୍ଥିତିରେ ଦୁର୍ଘଟଣାଗ୍ରସ୍ତ ଓ ଗୁରୁତର ରୋଗୀଙ୍କୁ ସଂଗଠନର ସ୍ୱେଚ୍ଛାସେବୀମାନେ ଆମ୍ବୁଲାନ୍ସରେ ବୋହି ନେଇ ହସ୍ପିଟାଲରେ ପହଞ୍ଚାଇବେ ବୋଲି ଟ୍ରଷ୍ଟ ପକ୍ଷରୁ ନିଷ୍ପତ୍ତି ହୋଇଛି । 

ବାତ୍ୟା ମୁକାବିଲା ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି ହୋଇଛି । ଜଳପଥ ଓ ଉପକୂଳ ଅଞ୍ଚଳଗୁଡ଼ିକରେ ସୁରକ୍ଷାକୁ ବିଶେଷ ଧ୍ୟାନ ଦିଆଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ବନ୍ଦର ଓ ଆଭ୍ୟନ୍ତରୀଣ ଜଳପଥ ପରିବହନ ନିର୍ଦ୍ଦେଶକ ପଦ୍ମଲୋଚନ ରାଉଳଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ନିହାତି ଆବଶ୍ୟକ ନଥିଲେ, ସଡ଼କ ଓ ଜଳପଥରେ ନ ଯିବାକୁ ସେ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି । ଅନ୍ୟପଟେ ବିଏମ୍‌ସି ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲରୁମ୍ ଖୋଲାଯାଇଛି । କମିଶନର ରାଜେଶ ପ୍ରଭାକର ପାଟିଲ ନିଜେ ଏହି ରୁମ୍‌ରୁ ବାତ୍ୟା ପ୍ରସ୍ତୁତି ଓ ପରିଚାଳନାର ଅପରେଟ୍‌ କରିବେ । ୧୨ ଜଣ କର୍ମଚାରୀ ଏହି କଣ୍ଟ୍ରୋଲରୁମ୍‌ରେ ୨୪ ଘଣ୍ଟିଆ ଡ୍ୟୁଟି କରୁଛନ୍ତି । ତାଙ୍କୁ ତଦାରଖ କରିବା ପାଇଁ ପ୍ରତି ସିଫ୍ଟରେ ଜଣେ ଲେଖାଏଁ ଅଧିକାରୀ ଅଛନ୍ତି । ବାତ୍ୟା ସମୟରେ କୌଣସି ଅସୁବିଧାରେ ପଡ଼ିଲେ ସଙ୍ଗେ ସଙ୍ଗେ ଫୋନ୍‌ କରିବାକୁ ବିଏମ୍‌ସି ଅନୁରୋଧ କରିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.