ପ୍ରମୂଖ ଖବର
  • ଉତ୍ତରାଖଣ୍ଡ: ପହଲଗାମ୍ ଆକ୍ରମଣ ପରେ ଉତ୍ତରାଖଣ୍ଡରେ ସୁରକ୍ଷା କଡ଼ାକଡ଼ି, ଭ୍ୟାଲି ଅଫ୍ ଫ୍ଲାୱାର୍ସରେ ଆତଙ୍କବାଦ ବିରୋଧୀ ଦଳ ମୁତୟନ
  • ||
  • ଗୁଜରାଟ: ଅହମ୍ମଦାବାଦ ଏୟାରପୋର୍ଟ ନିକଟରେ ଯାତ୍ରୀବାହୀ ବିମାନ ଦୁର୍ଘଟଣା, ପ୍ଲେନ୍‌ରେ ଥିଲେ ୨୪୨ ଯାତ୍ରୀ
  • ||
  • ରାଜଧାନୀରୁ ୩ ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଡ଼ବିଲ: ଯୋଡ଼ ଗ୍ରାମ୍ୟ ଉନ୍ନୟନ ବ୍ୟାଙ୍କରୁ ଲୁଟ, ବନ୍ଧୁକ ମୁନରେ ୫ ଦୁର୍ବୃତ୍ତ ଲୁଟିନେଲେ ନଗଦ ୧୧ ଲକ୍ଷ ଟଙ୍କା, ସୁନା ଅଳଙ୍କାର
  • ||
  • ରାଜ୍ୟ ସ୍ତରୀୟ 'ବିକାଶ ବାହନ'ର ଶୁଭାରମ୍ଭ, ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ନେଇ ଲୋକଙ୍କୁ କରିବ ସଚେତନ
  • ||
  • ନୂଆପଡ଼ାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ
  • ||
  • କଟକ : ଜମି ବିବାଦକୁ କେନ୍ଦ୍ରକରି ଗଣ୍ଡଗୋଳ, ସମ୍ପର୍କୀୟ ଭାଇର କଟୁରୀ ଚୋଟରେ ବୃଦ୍ଧ ଗୁରୁତର
  • ||
  • ଛତିଶଗଡ଼ ସୁକମାରେ ଏନ୍‌କାଉଣ୍ଟ, ଯବନାଙ୍କ ଗୁଳିରେ ୨ ମାଓବାଦୀ ନିହତ, ସର୍ଚ୍ଚ ଅପରେସନ୍ ଜାରି
  • ||
  • ଭଦ୍ରକ : ତିହିଡ଼ି ‘ଏୟୁ ସ୍ମଲ୍ ଫାଇନାନ୍ସ ବ୍ୟାଙ୍କ’ରୁ ଡକାୟତି ଅଭିଯୋଗ; ୭ଲକ୍ଷ ୫୨ ହଜାର ଟଙ୍କା ଚୋରି
  • ||
  • ଅନୁଗୁଳ : ୨ ବାଇକ୍‌ ମୁହାଁମୁହିଁ ଧକ୍କା: ୨ ମୃତ , ଦୁଇ ଗୁରୁତର
  • ||
  • ଭୁବନେଶ୍ୱର-ଆବୁଧାବିକୁ ଡାଇରେକ୍ଟ ଫ୍ଲାଇଟ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବାଲିପାଟଣାରେ ଗୋଷ୍ଠୀ ସଙ୍ଘର୍ଷ, ୫ ଆହତ
  • ||
  • ସୋରରେ ଆତଙ୍କରାଜ୍, ଡାକ୍ତରଙ୍କ ଘରେ ଡକାୟତି, ଲୁଟେରାଙ୍କ ଭୁଜାଲି ମାଡ଼ରେ ୨ ଗୁରୁତର
  • ||
  • ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷ କ୍ଷତିପୂରଣ, ପରିବାରର ଜଣକୁ ନିଯୁକ୍ତି
  • ||
  • ଗୋ ଚାଲାଣରୁ ରକ୍ତପାତ ମାମଲା: ଜୀବନ ଯୁଦ୍ଧରେ ହାରିଗଲେ ସନ୍ତୋଷ, କଷଟି ଓ ତୁଳସୀପୁରରେ ପୁଲିସ ଛାଉଣି
  • ||
  • ଅଣସରରେ ଦାରୁବ୍ରହ୍ମ, ଶ୍ରୀମନ୍ଦିରରେ ପୂଜା ପାଉଛନ୍ତି ପଟିଦିଅଁ
  • ||
  • ଫେରିଲା ମୌସୁମୀ, ତାତିରେ ଲାଗିଲା ବ୍ରେକ୍: ୧୭ ଯାଏ ବର୍ଷା ସମ୍ଭାବନା, ୨ରୁ ୪ ଡିଗ୍ରୀ ଖସିବ ପାରଦ
  • ||

ସମ୍ ହସ୍ପିଟାଲରେ ପ୍ରଥମ ଥର ପାଇଁ ଫିଜିଓଥେରାପି ମାଧ୍ୟମରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା ଆୟୋଜିତ

Published By : Gurupada Nath | June 10, 2025 10:23 PM

ଭୁବନେଶ୍ୱର,୧୦/୬ : ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଟ୍ରାନ୍ସଭଜାଇନାଲ୍ ଓ ଟ୍ରାନ୍ସରେକ୍ଟାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା ଗତ ଜୁନ୍ ୭ ଓ ୮ ତାରିଖ ଦୁଇ ଦିନ ଧରି ହସ୍ପିଟାଲ ପରିସରରେ ଆୟୋଜିତ ହୋଇଯାଇଛି । ସମ୍ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ ସାରା ଦେଶରୁ ପ୍ରାୟ ୭୭ଜଣ ମହିଳା ଫିଜିଓଥେରାପିଷ୍ଟ ଯୋଗ ଦେଇଥିବାବେଳେ ଅହମ୍ମଦାବାଦର ବିଶିଷ୍ଟ ଫିଜିଓଥେରାପି ବିଶେଷଜ୍ଞ ଡାକ୍ତର ଧାରା ଶାହ କର୍ମଶାଳାର ପ୍ରସଙ୍ଗକୁ ନେଇ ତଥ୍ୟ ପ୍ରଦାନ କରିଥିଲେ । 

ଶରୀରରେ ପେଲଭିକ ଫ୍ଲୋର ମାଂସପେଶୀ ଖୁବ୍ ଗୁରୁତ୍ୱପୂର୍ଣ୍ଣ । କାରଣ ଏହା ମୂତ୍ରାଶୟ, ଗର୍ଭାଶୟ, ଗର୍ଭାଶୟ ନଳୀ, ଡିମ୍ବାଶୟ, ମୂତ୍ରନଳୀ, ମଳାଶୟ, ମଳାଶୟ ନଳୀ, ଡିମ୍ବକୋଷ ତଥା ମଳତ୍ୟାଗ ଓ ମୂତ୍ର୍ରାଶୟର ନିୟନ୍ତ୍ରଣ କାର୍ଯ୍ୟରେ ସହଯୋଗ କରିଥାଏ ।  କର୍ମଶାଳାରେ ପରିସ୍ରା ଏବଂ ମଳ କ୍ଷରଣ ଏବଂ କୋଷ୍ଟକାଠିନ୍ୟ, ଯୌନ କାର୍ଯ୍ୟରେ ଅନିୟମିତତା ଭଳି ବିଷୟ ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ସମ୍ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗ ପ୍ରଥମ ଥର ପାଇଁ ଏକ ଇଂଟିମେଟ ହେଲ୍‌ଥ ଚେକ୍‌ଅପ୍ କ୍ଲିନିକ୍ ଆରମ୍ଭ କରିବାର ଯୋଜନା କରୁଥିବା ହସ୍ପିଟାଲ୍ କର୍ତୃପକ୍ଷ ସୂଚନା ଦେଇଛନ୍ତି । 

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ରାଜ୍ୟର ପ୍ରଥମ ଥର ପାଇଁ ମହିଳା ଫିଜିଓଥେରାପିଙ୍କୁ ନେଇ ଏଭଳି କର୍ମଶାଳା ଆୟୋଜନ କରାଯାଇଥିଲା ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.