ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

କୂଲଡ଼ିହା ଅଭୟାରଣ୍ୟରେ ଶିକାରୀ ଆକ୍ରମଣରେ ବନ କର୍ମଚାରୀ ଆହତ

Published By : Prameya | April 28, 2025 2:51 PM

ଭୁବନେଶ୍ଵର, ୨୮/୦୪ : ବାଲେଶ୍ୱର ଜିଲ୍ଲା ନୀଳଗିରି କୂଲଡ଼ିହା ଅଭୟାରଣ୍ୟରେ ଶିକାରୀ ଓ ବନ କର୍ମଚାରୀ ମୁହାଁମୁହିଁ। ଶିକାରୀ ଆକ୍ରମଣରେ ବନ କର୍ମଚାରୀ ଆହତ। ଜଣେ ଶିକାରୀ ଗିରଫ। ଅନ୍ୟ ଜଣେ ଫେରାର୍। 

ସୂଚନାନୁଯାୟୀ, ସନ୍ତରାଗଡ଼ିଆ ବିଟ୍ ଅଧିନ ଗୁଡ଼ିଖାଣିଆ ଅଞ୍ଚଳରେ କିଛି ଶିକାରୀ ଅଭୟାରଣ୍ୟ ଭିତରକୁ ପ୍ରବେଶ କରିବା ନେଇ ବନ ବିଭାଗକୁ ଖବର ମିଳିଥିଲା। ଏସିଏଫ ସୁବ୍ରତ ବେହେରା ପଞ୍ଚଲିଙ୍ଗେଶ୍ୱର ଫରେଷ୍ଟର ଭାଗ୍ୟଶ୍ରୀ ଦ୍ଵିବେଦୀଙ୍କୁ ତୁରନ୍ତ ଚଢ଼ାଉ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଜାମ୍ବଦା ଅଞ୍ଚଳର ମାଧ ସିଂ ଓ ଶିବ ସିଂ ବନ୍ଧୁକ ଧରି ଆସୁଥିବା ବେଳେ ବନ କର୍ମଚାରୀ ତାଙ୍କୁ ଅଟକାଇଥିଲେ। ହେଲେ ଶିକାରୀ ମାଧ ସିଂ ବନକର୍ମଚାରୀ ମହେଶ୍ବର ବେହେରାଙ୍କୁ ବନ୍ଧୁକରେ ମୁଣ୍ଡକୁ ଆଘାତ କରିଥିଲା। ମାଧ ସିଂକୁ କାବୁ କରାଯାଇଥିବା ବେଳେ ଶିବ ସିଂ ଫେରାର ହୋଇଯାଇଥିଲା। ଖବର ପାଇ ଏସିଏଫ ଘଟଣାସ୍ଥଳକୁ ଯାଇଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.