ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

କଳା ବ୍ୟାଜ୍‌ ପିନ୍ଧି ବନ କର୍ମଚାରୀଙ୍କ ପ୍ରତିବାଦ, ଦାବି ପୂରଣ ନହେଲେ ରାଜରାସ୍ତାରେ ଆନ୍ଦୋଳନ କରିବାକୁ ଚେତାବନୀ

Published By : Harapriya Sethi | June 16, 2025 2:39 PM

ବଲାଙ୍ଗୀର, ୧୬/୦୬: ବିଭିନ୍ନ ସମସ୍ୟାର ସମାଧାନ ଓ ଚାକିରି କ୍ଷେତ୍ରରେ ସୁରକ୍ଷା ଦାବି କରି ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ କର୍ମଚାରୀମାନେ କଳା ବ୍ୟାଜ୍‌ ପରିଧାନ କରିଛନ୍ତି । କଳା ବ୍ୟାଜ୍‌ ପରିଧାନ କରି ଅଫିସରେ ସ୍ୱାଭାବିକ ଭାବରେ କାମ କରୁଛନ୍ତି। ସରକାର ଯଦି ତାଙ୍କ ଦାବିକୁ ଶୀଘ୍ର ପୂରଣ ନକରନ୍ତି, ତେବେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ସର୍କଲ କାର୍ଯ୍ୟାଳୟ ସମ୍ମୁଖରେ ୟୁନିଫର୍ମ ଓ କଳା ବ୍ୟାଜ୍‌ ପିନ୍ଧି ଧାରଣାରେ ବସିବେ ବୋଲି ଦାବିପତ୍ରରେ ଉଲ୍ଲେଖ କରିଛନ୍ତି। ଏହା ପରେ ମଧ୍ୟ ସରକାର ଉପେକ୍ଷା କଲେ, ସେମାନେ ସାମୂହିକ ଛୁଟି ନେଇ ଭୁବନେଶର ରାଜରାସ୍ତାରେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି ।

ବନ କର୍ମଚାରୀମାନେ ବାରମ୍ବାର ରାଜ୍ୟ ସରକାରଙ୍କୁ ନିଜର ସମସ୍ୟା ଓ ଦାବି ସମ୍ପର୍କରେ ଅବଗତ କରାଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ । ଏହି ପରିପ୍ରେକ୍ଷୀରେ ସୋମବାର ବଲାଙ୍ଗୀର ଜିଲ୍ଲା ବନଖଣ୍ଡରେ କାର୍ଯ୍ୟରତ ଡେପୁଟି ରେଞ୍ଜର, ଫରେଷ୍ଟର ଓ ଫରେଷ୍ଟ ଗାର୍ଡମାନେ ଉପସ୍ଥିତ ଥିଲେ । ସେହିପରି ଜିଲ୍ଲାରେ ୧୧ଟି ରେଞ୍ଜରେ ଆନ୍ଦୋଳନ ଜାରି ରହିଥିବା ବେଳେ ୨୫୦ ବନ କର୍ମଚାରୀ ସାମିଲ ଥିବା ସୂଚନା ଦିଆଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.