ପ୍ରମୂଖ ଖବର
  • ଢେଙ୍କାନାଳ : ଧରାପଡ଼ିଲେ ଲାଞ୍ଚୁଆ ଭାରପ୍ରାପ୍ତ ଆରଆଇ; ପିଅନ ମାଧ୍ୟମରେ ନେଉଥିଲେ ଟଙ୍କା
  • ||
  • କେନ୍ଦୁଝର : ଛତୁ ଗୋଟାଇବା ବେଳେ ଆକ୍ରମଣ କଲା ଦନ୍ତା, ୨ମହିଳା ଆହତ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା: ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ଦୋଷୀ ସାବ୍ୟସ୍ତ
  • ||
  • ଭଦ୍ରକ : ଲୁଟ୍‌ କରିବାକୁ ଆସିଥିଲେ, ସାଇରନ୍‌ ବାଜିବାରୁ ଚମ୍ପଟ ମାରିଲେ ଦୁର୍ବୃତ୍ତ
  • ||
  • ହରିୟାଣା ପରେ କେରଳ; ଅସହ୍ୟ ହେଲା ଋଣ ବୋଝ, ଜୀବନ ହାରିଲେ ଆଉ ଏକ ପରିବାର !
  • ||
  • କେନ୍ଦୁଝର : ବ୍ୟାଟେରୀ ଦୋକାନରେ ଅଗ୍ନିକାଣ୍ଡ, ୨୫ ଲକ୍ଷ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ
  • ||
  • ଶିକ୍ଷାର୍ଥୀଙ୍କ ପାଇଁ ଖୁସି ଖବର; ଚଳିତବର୍ଷ ଭାରତରେ ଖୋଲିବ ୧୫ ବିଦେଶୀ ବିଶ୍ୱବିଦ୍ୟାଳୟ ବ୍ରାଞ୍ଚ
  • ||
  • ମୟୂରଭଞ୍ଜ : ଟ୍ରକ୍‌ ଧକ୍କାରେ ଖଣ୍ଡ ଖଣ୍ଡ ହୋଇଗଲା ଟ୍ରାକ୍ଟର; ୨ମୃତ, ୩ଗୁରୁତର
  • ||
  • ଭୁବନେଶ୍ଵର : ୨ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, ଜୁନ୍‌ରେ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା
  • ||
  • କେନ୍ଦୁଝର : ୨ଟି ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍, ତଦନ୍ତ କରୁଛି ପୋଲିସ
  • ||

ଲଘୁଚାପ ଆଣୁଛି ବଡ଼ ବର୍ଷା, ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ, ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ SRC

Published By : Rasmita Pradhan | May 27, 2025 1:55 PM

ଭୁବନେଶ୍ଵର, ୨୭/୦୫ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହେବ। ଧୀରେ ଧୀରେ ଉତ୍ତର ମୁହାଁ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୩୦ ତାରିଖ ଯାଏଁ ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଝଡ଼ବର୍ଷା ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। 

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି SRC ସତର୍କ କରାଇଛନ୍ତି । ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ ରହିବାକୁ କହିଛନ୍ତି । କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେପଟେ ମୌସୁମୀ ନେଇ ପାଗ ଅନୁକୂଳ ରହିଛି । ଆସନ୍ତା ୨ରୁ ୩ ଦିନରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.