ଭୁବନେଶ୍ବର,୨୮/୦୧: ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ରାଜନେତା ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ।ବିଶ୍ୱଭୂଷଣ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥତା ନେଇ ପୁଅ ପୃଥ୍ବୀଚାନ୍ଦ ହରିଚନ୍ଦନ ସୂଚନା ଦେଇଛନ୍ତି । ଅଧିକ ଚିକିତ୍ସା ପାଇଁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି।
ତେବେ ଓଡ଼ିଶାର ବରିଷ୍ଠ ରାଜନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ଥିଲେ ବିଶ୍ବଭୂଷଣ ହରିଚନ୍ଦନ। ବୟସାଧିକ କାରଣରୁ ତାଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି । ତେଣୁ ତାଙ୍କୁ ପରିବାର ପକ୍ଷରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥତାବଶତଃ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ବିଶ୍ବଭୂଷଣ ।