ପ୍ରମୂଖ ଖବର
  • ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଢାଞ୍ଚା ବଦଳିବ , ୩ ଦିନ ପୂର୍ବରୁ କ୍ୟାବିନେଟରେ ସମସ୍ତ ପ୍ରସ୍ତାବ ହେବ ଚୂଡ଼ାନ୍ତ
  • ||
  • Operation sindoor; 'ଲୁଚିବାକୁ ମିଳିବନି ଜାଗା...ପାକିସ୍ତାନକୁ ଗାତ ଖୋଳିବାକୁ ହେବ' ଭାରତୀୟ ସେନାର ଟଫ୍ ଅଫିସରଙ୍କ ଚେତାବନୀ
  • ||
  • ଖୁବ୍‌ଶୀଘ୍ର ପ୍ରକାଶ ପାଇଁ ଯୁକ୍ତ ୨ ରେଜଲ୍ଟ୍, ବଢ଼ିବ ଯୁକ୍ତ ୩ ନାମଲେଖା ଆବେଦନ ଅବଧି
  • ||
  • କଡ଼ ଲେଉଟାଇଲାଣି କରୋନା; ମୁମ୍ୱାଇରେ ୫୩ ପିଜିଟିଭି, ୨ ମୃତ
  • ||
  • ଜୟଦେବ ବିହାର-ନନ୍ଦନକାନନ ଏଲିଭେଟେଡ୍‌ ରୋଡ୍‌ କରିଡର, ଦୁଇଥାକିଆ ରାସ୍ତା ପାଇଁ ହେବ ସାନି ଟେଣ୍ଡର
  • ||
  • ବ୍ରହ୍ମପୁର : ସଦର ଥାନା ଅନ୍ତର୍ଗତ ବୁଢ଼ୀଘରା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ, ଜଣେ ମୃତ ୪ ଆହତ
  • ||
  • ଚିନ୍ତା ବଢ଼ାଇଛି କରୋନାର ନୂଆ ଭାରିଆଣ୍ଟ: ସିଙ୍ଗାପୁର, ହଂକଂରେ ବଢ଼ିଲା ସଂକ୍ରମଣ, ଚୀନ୍‌ ଓ ଥାଇଲାଣ୍ଡକୁ ଆଲର୍ଟ ଜାରି
  • ||
  • IPL 2025 : ଆଜି ସୁପରକିଙ୍ଗ୍‌ସ-ରାଜସ୍ଥାନ ରୟାଲ୍ସ ମୁକାବିଲା
  • ||
  • ଯୁଦ୍ଧବିରତି ପାଇଁ ରାଜି ହେଲା ଋଷ; ପୁଟିନ ଓ ଟ୍ରମ୍ପଙ୍କ ମଧ୍ୟରେ ହେଲା ଫୋନରେ ବାର୍ତ୍ତାଳାପ
  • ||
  • ଆସନ୍ତା ୨୧ରୁ ୨୩ ଯାଏ ବଢ଼ିବ କାଳବୈଶାଖୀ, ଆଜି ୧୮ ଜିଲ୍ଲାକୁ ଆଲର୍ଟ ଜାରି: ଉପକୂଳ ଗରମ ଓ ଗୁଳୁଗୁଳି ଜାରି
  • ||

ପୂର୍ବତନ ବିଡିଓଙ୍କୁ ୨ ବର୍ଷ କାରାଦଣ୍ଡ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ

Published By : Prameya | May 20, 2025 2:32 PM

ସୁନ୍ଦରଗଡ଼ ୨୦/୦୫: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ବିଡିଓ । ୨ ବର୍ଷ କାରାଦଣ୍ଡ ସହ ୫୦ହଜାର ଜରିମାନା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ମାମାଲାରେ ସ୍ବତନ୍ତ୍ର ଅଦାଲତ ଦଣ୍ଡାଦେଶ ଶୁଣାଇଛନ୍ତି । 

କଟକ ଭିଜିଲାନ୍ସ କୋର୍ଟର ସ୍ଵତନ୍ତ୍ର ବିଚାରପତି ମଙ୍ଗଳବାର ଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ମାମଲାର ରାୟ ଶୁଣାଇଛନ୍ତି । ଏହି ଅଭିଯୋଗରେ ସମ୍ପୃକ୍ତ ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡାର ବ୍ଲକର ପୂର୍ବତନ ବିଡିଓ ସୁବାସ ଚନ୍ଦ୍ର ମିଶ୍ରଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି । ତାଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ ଓ ୫୦ ହଜାର ଟଙ୍କା ଜରିମାନା ଆଦାୟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବତନ ବିଡିଓ ଶ୍ରୀ ମିଶ୍ର ନିଜ ଆୟ ଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ପିସି ଆଇନ, ୧୯୮୮ର ଧାରା ୧୩(୨) r/w ୧୩(୧)(e) ଅନ୍ତର୍ଗତ ଏକ ମାମଲାରେ ଚାର୍ଜସିଟ୍ କରାଯାଇଥିଲା। ଶ୍ରୀ ମିଶ୍ରଙ୍କୁ ଆଜି ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କର ପେନସନ ବନ୍ଦ କରିବା ପାଇଁ ସକ୍ଷମ ପ୍ରାଧିକରଣଙ୍କ ନିକଟରେ ଓଡ଼ିଶା ଭିଜିଲାନ୍ସ ଆବେଦନ କରିବ ବୋଲି ଜଣାପଡ଼ିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.