ପ୍ରମୂଖ ଖବର
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

କେନ୍ଦ୍ରାପଡ଼ା ପୂର୍ବତନ ବିଜେଡି ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ

ଭୁବନେଶ୍ଵର, ୧୭/୧୦ : କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ସାଂସଦ ପ୍ରଭାତ ସାମନ୍ତରାୟଙ୍କ ପରଲୋକ। ୭୮ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ପ୍ରଭାତଙ୍କ ଦେହାନ୍ତ ନେଇ ସାନ ପୁଅ ସିଦ୍ଧାର୍ଥ ସାମନ୍ତରାୟ ସୂଚନା ଦେଇଛନ୍ତି। ତାଙ୍କ ପରଲୋକରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

ପ୍ରଭାତ କୁମାର ସାମନ୍ତରାୟ ୧୯୫୦ ମସିହାର ଅପ୍ରେଲ ମାସ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ସୂର୍ଯ୍ୟମଣି ସାମନ୍ତରାୟ ଏବଂ ପତ୍ନୀଙ୍କ ନାମ ପ୍ରତିଭା ମଞ୍ଜରୀ ମହାନ୍ତି । ପ୍ରଭାତଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର । ସେ ଜଣେ ବିଶିଷ୍ଟ ରାଜନୀତିଜ୍ଞ। ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଥିଲେ। କେନ୍ଦ୍ରାପଡ଼ା ଲୋକସଭା ନିର୍ବାଚନ ମଣ୍ଡଳୀରୁ ସାଂସଦ ଭାବେ ୨ ଥର ନିର୍ବାଚିତ ହୋଇଥିଲେ।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.