ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

ଜମି ଦୁର୍ନୀତି ମାମଲାରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଜାମିନ୍

ରାଞ୍ଚି, ୨୮।୬: ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(ଔଗଗ) ନେତା ହେମନ୍ତ ସୋରେନଙ୍କୁ କୋର୍ଟରୁ ମିଳିଲା ଆଶ୍ୱସ୍ତି । ଜମି ଦୁର୍ନୀତି ମାମଲାରେ ଗତ ଜାନୁଆରୀରେ ଗିରଫ ହୋଇଥିବା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ସୋରେନଙ୍କୁ ନିକଟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ କରାଯାଇଥିଲା ।

ସୂଚନା ଅନୁସାରେ, ଜାନୁଆରୀରେ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଗିରଫ କରିଥିଲା । ତାଙ୍କ ବିରୋଧ‌ରେ ଅଭିଯୋଗ ହୋଇଥିଲା ଯେ, ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା କୋଟି କୋଟି ଟଙ୍କା ମୂଲ୍ୟର ଜମି ହଡ଼ପ କରିବା ପାଇଁ କାଳ୍ପନିକ କାରବାର ଏବଂ ଜାଲ୍ ଦଲିଲ ମାଧ୍ୟମରେ ରେକର୍ଡକୁ ନିୟନ୍ତ୍ରଣ କରୁଥିଲେ । ଜମି ଦଖଲ ପାଇଁ ସେ ଏକ ବଡ଼ ଯୋଜନା ଚଳାଇଥିଲେ । ଏହାପୂର୍ବରୁ ସେ ଜାନୁଆରୀ ୩୧ ତାରିଖରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଇଡି ତାଙ୍କୁ ଗିରଫ କରିବ ବୋଲି କହିବା ପରେ ସେ ନିଜ ଆଡ଼ୁ ଇସ୍ତଫା ଦେଇ ଦେଇଥିଲେ । ଇସ୍ତଫା ଦେବାର କିଛି ସମୟ ମଧ୍ୟରେ ଇଡି ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା । ସେବେଠାରୁ ଏହି ମାମଲା ବିଭିନ୍ନ କୋର୍ଟ ସମେତ ସୁପ୍ରିମକୋର୍ଟରେ ପହଞ୍ଚି ଥିବାବେଳେ ଶୁକ୍ରବାର ହାଇକୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.