ପ୍ରମୂଖ ଖବର
  • ବେଆଇନ୍ ବେଟିଂ ଆପ୍ ମାମଲା, ଅନେକ ସାଉଥ୍ ସେଲିବ୍ରିଟିଙ୍କୁ ସମନ ପଠାଇଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
  • ||
  • ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ୧୦୧ ବର୍ଷରେ ପରଲୋକ
  • ||
  • ମୁମ୍ବାଇ ଏୟାରପୋର୍ଟରେ ଅଘଟଣ, ଅବତରଣ ବେଳେ ରନୱେରୁ ତଳକୁ ଖସିଗଲା ଏୟାର ଇଣ୍ଡିଆ ବିମାନ
  • ||
  • ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ଘଟଣା। ପୀଡ଼ିତାଙ୍କ ବୟାନ ରେକର୍ଡ
  • ||
  • ଢ଼ାକାରେ ଖସି ପଡ଼ିଲା ଏଫ୍‌-୭ ଟ୍ରେନିଂ ବିମାନ, ଦୁର୍ଘଟଣାରେ ଜଣେ ମୃତ, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କଟକ : ପରିବାରର ୩ ଜଣଙ୍କୁ ହତ୍ୟା ମାମଲା; ପ୍ରମାଣ ଅଭାବରୁ ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଆସାମୀ ନିର୍ଦ୍ଦୋଷରେ ଖଲାସ
  • ||
  • ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା,ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା
  • ||
  • ଆରଏସପିରେ ଅଘଟଣ, ଶାବଳ ବାଜି ଠିକା ଶ୍ରମିକଙ୍କ ମୃତ୍ୟୁ
  • ||
  • ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି
  • ||
  • ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଏହି ଅଧିବେଶନ ବିଜୟର ଉତ୍ସବ
  • ||
  • ବାଲେଶ୍ୱର :ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ପ୍ରଧାନ ଶିକ୍ଷକ ଏବଂ ଗଣିତ ସାର୍ ଅଟକ
  • ||
  • ପୁରୀ : କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ୧୦୧ ବର୍ଷରେ ପରଲୋକ

Published By : Tapas Panda | July 21, 2025 5:00 PM

Image Courtesy: indianexpress

ଥିରୁଅନନ୍ତପୁରମ: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କମ୍ୟୁନିଷ୍ଟ ନେତା ଭି.ଏସ୍. ଅଚ୍ୟୁତାନନ୍ଦନ ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ସୋମବାର ୧୦୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଗତ ମାସରେ ହୃଦଘାତ ହେବାରୁ ସେ ଏଠାରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ଆଜି ସକାଳେ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଏବଂ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇ-ଏମ୍)ର ଅନେକ ନେତା ତାଙ୍କୁ ହସ୍ପିଟାଲରେ ଭେଟିଥିଲେ । ଭି.ଏସ୍. ଅଚ୍ୟୁତାନନ୍ଦନ ୨୦୦୬ ରୁ ୨୦୧୧ ପର୍ଯ୍ୟନ୍ତ କେରଳର ମୁଖ୍ୟମନ୍ତ୍ରୀ ଥିଲେ । ୧୫ ବର୍ଷ ଧରି କେରଳ ବିଧାନସଭାରେ ବିରୋଧୀ ଦଳ ନେତା ଥିବା ଅଚ୍ୟୁତାନନ୍ଦନ ରାଜନୈତିକ କ୍ଷେତ୍ରରେ ଭି.ଏସ୍. ଭାବରେ ପରିଚିତ ଥିଲେ ।

୧୯୪୦ ମସିହାରେ କମ୍ୟୁନିଷ୍ଟ ପାର୍ଟିରେ ଯୋଗଦେବା ପୂର୍ବରୁ ସେ ୧୯୩୯ ମସିହାରେ ଟ୍ରେଡ୍ ୟୁନିଅନ୍ ମାଧ୍ୟମରେ ତାଙ୍କର ରାଜନୈତିକ ଯାତ୍ରା ଆରମ୍ଭ କରିଥିଲେ। ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ପୂରା ନାମ ଥିଲା ଭେଲିକ୍କାକାଥୁ ଶଙ୍କରନ୍ ଅଚ୍ୟୁତାନନ୍ଦନ । ସେ ବାମପନ୍ଥୀ ଦଳ ସିପିଏମର ଜଣେ ବଡ଼ ନେତା ଥିଲେ । ଭି.ଏସ୍. ଅଚ୍ୟୁତାନନ୍ଦନ ୧୯୮୫ ରୁ ୨୦୦୯ ପର୍ଯ୍ୟନ୍ତ ସିପିଏମ୍ ପଲିଟବ୍ୟୁରୋର ସଦସ୍ୟ ମଧ୍ୟ ଥିଲେ। ପରେ ତାଙ୍କୁ ଦଳର କେନ୍ଦ୍ରୀୟ କମିଟିରେ ସାମିଲ କରାଯାଇଥିଲା। 

ସେ ଟ୍ରାଭାଙ୍କୋରରେ କରଶାକା ଥୋଜିଲାଲି ୟୁନିଅନ ପ୍ରତିଷ୍ଠା କରିଥିଲେ। ଏହି ୟୁନିଅନ ପରବର୍ତ୍ତୀ ସମୟରେ କେରଳ ରାଜ୍ୟ କରଶାକା ଥୋଜିଲାଲି ୟୁନିଅନରେ ପରିଣତ ହୋଇଥିଲା। ଭି.ଏସ୍. ଅଚ୍ୟୁତାନନ୍ଦନ ଅନେକ ଆନ୍ଦୋଳନରେ ଅଂଶଗ୍ରହଣ କରିଥିଲେ। ସେ ୧୯୪୬ ମସିହାର ପୁନ୍ନାପ୍ରା-ଭାୟାଲାର ବିଦ୍ରୋହର ମୁଖ୍ୟ ନେତା ଥିଲେ। ଆନ୍ଦୋଳନ ଯୋଗୁଁ ସେ ପାଞ୍ଚ ବର୍ଷରୁ ଅଧିକ ସମୟ ପାଇଁ ଜେଲରେ ଥିଲେ ଏବଂ ପ୍ରାୟ ସାଢ଼େ ଚାରି ବର୍ଷ ଧରି ଅଣ୍ଡରଗ୍ରାଉଣ୍ଡ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.