ପ୍ରମୂଖ ଖବର
  • ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ କିଛି ଘଣ୍ଟାର ଅପେକ୍ଷା..ରଥଖଳାରେ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାରରେ ଲାଗିବ ରଥତ୍ରୟ
  • ||
  • ଉମରକୋଟ: ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର
  • ||
  • ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ୨୪ରେ ଉପବାଚସ୍ପତି ନିର୍ବାଚନ,୨୫ରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଶନିବାର ଜିମ୍ବାୱେ-ଭାରତ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ଗିଲ୍‌ଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଯୁବ ବାହିନୀ
  • ||
  • ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ୪ ଦିନ ରହିବେ, ଗୁଣ୍ଡିଚା ଯାତ୍ରା ଦେଖିବେ, ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ରତ୍ନଭଣ୍ଡାର ଗଣତିମଣତି ନେଇ ନବଗଠିତ କମିଟିର ପ୍ରଥମ ବୈଠକ, ଖୋଲିବାର ତାରିଖ ଓ ମୋଡ଼ାଲିଟି ନିର୍ଦ୍ଧାରିତ ହେବ
  • ||
  • ୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
  • ||

ମାଲକାନଗିରିର ପୂର୍ବତନ ବିଧାୟକ ଆଦିତ୍ୟ ମାଢୀଙ୍କ ପରଲୋକ

ମାଲକାନଗିରି,୩।୭ : ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଆଦିତ୍ୟ ମାଢିଙ୍କ   ପରଲୋକ ହୋଇଛି  ।  କିଡନୀ ରୋଗରେ ସେ ଆକ୍ରାନ୍ତ ଥିଲେ। ଭୁବନେଶ୍ବର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ଘଟିଛି।

ସେ  ଆଦିବାସୀ ମଙ୍ଗଳ ବିଭାଗର ଶିକ୍ଷକ ଥିଲେ। ପରବର୍ତ୍ତି ସମୟରେ ଚାକିରି ଛାଡି ରାଜନୀତିରେ ଯୋଗ ଦେଇଥିଲେ।୨୦୦୯ ଓ ୨୦୧୪  ରେ  ବିଜେପିରୁ ମାଲକାନଗିରି ବିଧାନସଭା ଆସନରୁ ବିଧାୟକ ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦିତା କରିଥିଲେ । ତେବେ ୨୦୧୯ ରେ ଶ୍ରୀ ମାଢି ମାଲକାନଗିରିରୁ ବିଜେପିରୁ ବିଧାୟକ ଭାବେ ନିର୍ବାଚିତ ହୋଇ ୨୦୨୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ଗତ ୨୦୨୨ ମସିହାରେ ସେ କିଡ଼ନୀ ଜନିତ ରୋଗ ରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ।  ଦୁଇ ବର୍ଷ ତଳେ ବିଶାଖାପାଟଣାର ଏକ ଘରୋଇ ହସ୍ପିଟାଲରେ ତାଙ୍କର କିଡନୀ ରୋପଣ ମଧ୍ୟ କରାଯାଇଥିଲା । ହେଲେ କିଛି ଦିନ ଭଲ ରହିବା ପରେ ପୁଣି ଥରେ ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିଲା। ଗତ କିଛି ଦିନ ଧରି ଭୁବନେଶ୍ବର ଏମସରେ ରହି ଚିକିତ୍ସା ହେଉଥିଲେ।  ଆଜି ସନ୍ଧ୍ୟାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କର ମରଶରୀରକୁ ଭୁବନେଶ୍ୱର ବିଜେପି ରାଜ୍ୟ କାର୍ଯ୍ୟଳୟକୁ ନିଆଯାଇ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ବିଧାନସଭା ଗୃହ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଆସନ୍ତା କାଲି ତାଙ୍କର ପୈତୃକ ଗାଁ ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ରୋଡ଼ନ ପାଲୀ ଗ୍ରାମରେ ଶେଷକୃତ୍ୟ ସମ୍ପନ୍ନ କରାଯିବ। 

ତାଙ୍କ ମୃତ୍ୟୁ ଖବର ପାଇ ମାଲକାନଗିରି ଜିଲ୍ଲା ବିଜେପି ସଭାପତି ନିମାଇଁ ଚନ୍ଦ୍ର ପାଲ, ମାଲକାନଗିରି ନୂତନ ବିଧାୟକ ନରସିଂହ ମାଡକାମି ଓ ବିଜେପି ଦଳ ର ସମସ୍ତ କର୍ମୀ ନେତା ଦୁଃଖ ପ୍ରକାଶ କରିଛନ୍ତି। ଏହି ମୃତ୍ୟୁ ଖବର ଜାଣିବାପରେ ପଡିଆ, କାଲିମେଳା ବ୍ଲକ ସହିତ ସମଗ୍ର ମାଲକାନଗିରି ଜିଲ୍ଲା ରେ ଶୋକର ଛାୟା ଖେଳିଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.