ପ୍ରମୁଖ ଖବର
  • ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଇରଙ୍ଗପୁର ଏବଂ ବାରିପଦାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର
  • ||
  • ନିର୍ବାଚନ ପାଇଁ ଦୁଇ ଦିନ ମଦ ଦୋକାନ ଏବଂ ବାର୍‌ ବନ୍ଦ, ଭୋଟ୍‌ ଗଣତି ଦିନ ରାଜ୍ୟସାରା ମଦ ଦୋକାନ ବନ୍ଦ
  • ||
  • ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ: ୬ ଲୋକସଭା, ୪୨ ବିଧାନସଭା ସିଟ୍‌ରେ ୪୪୭ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • ରଥଖଳା ହାଲ୍‌ଚାଲ୍‌...ସିଙ୍ଗଡ଼ା ବାଡ଼ିଆ, ପହି ବିନ୍ଧ ଅନୁକୂଳ...
  • ||
  • IPL 2024: ଦ୍ୱିତୀୟ କ୍ୱାଲିଫାୟରରେ ମୁହାଁମୁହିଁ ହେବେ ରୟାଲ୍ସ- ସନରାଇଜର୍ସ, ଟ୍ରାଭିସେକ ଯୋଡ଼ିଙ୍କୁ ଅଟକାଇବେ ସ୍ପିନ୍‌ ଟାଇଟନ
  • ||
  • ଦାନା ବାନ୍ଧୁଛି ବାତ୍ୟା ‘ରେମାଲ୍‌’: ୨୫ରେ ବାତ୍ୟା ରୂପ ନେବ, ୨୬ରେ ଭୀଷଣ ବାତ୍ୟାରେ ହେବ ପରିଣତ
  • ||

ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ, ଦୀର୍ଘ ଦିନ ଧରି ଥିଲେ ଅସୁସ୍ଥ

ରାୟଗଡ଼, ୧୫/୦୫ : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ। ଭୁବନେଶ୍ଵରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା। ଶେଷ ସମୟରେ ତାଙ୍କ ନିକଟରେ ଦୁଇ ପୁଅ ଓ ଝିଅ ଜ୍ଵାଇଁ ଉପସ୍ଥିତ ଥିଲେ।

ସୂଚନାନୁଯାୟୀ, ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକା କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ବିଧାୟକ ଭାବେ ୭ ଥର ନିର୍ବାଚିତ ହୋଇଛନ୍ତି। ଏହାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ମଧ୍ୟ ଥିଲେ। ସେ ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁରରେ ୧୯୩୭ ମସିହାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ବାପା ଶ୍ୟାମ ଘନ ଉଲାକା ଜଣେ ରାଜନେତା ଥିଲେ।  



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.