ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ନବ ଦାସଙ୍କ ପୁଅ ଛତିଶଗଡ଼ରେ ଅଟକ, ଭିଡିଓ ବାର୍ତ୍ତାରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ କହିଲେ ବିଶାଲ

Published By : Prameya | January 10, 2025 8:48 AM

ଝାରସୁଗୁଡ଼ା,୧୦/୦୧: ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସ ଛତିଶଗଡ଼ରେ ଅଟକ। ଅନାସ୍ଥା ପୂର୍ବରୁ ମହାସମୁଦ୍‌ ଜିଲ୍ଲା ସରେଇପାଲି ଥାନାରେ ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚଙ୍କୁ ଅଟକ ରଖିଛି ପୋଲିସ। ଆଜି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ରହିଛି। ପୋଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ କହି ଭିଡିଓ ବାର୍ତ୍ତାରେ ଅଭିଯୋଗ ଆଣିଲେ ବିଶାଲ ଦାସ। 

ଶୁକ୍ରବାର କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ସହ ମତଦାନ କରାଯିବାକୁ କିର୍ମିରା ପଞ୍ଚାୟତ ସମିତି ସଭାକକ୍ଷରେ ବୈଠକ ଅନୁଷ୍ଠିତ ହେବାକୁ ଧାର୍ଯ୍ୟ ହୋଇଛି । ଏହି ବୈଠକର  ନିଷ୍ପତ୍ତି ଉପରେ ଅଧ୍ୟକ୍ଷାଙ୍କ ଭାଗ୍ୟ ନିର୍ଭର କରୁଛି। ସେ ଦୃଷ୍ଟିରୁ ପ୍ରସ୍ତାବ ଉପରେ ମତଦାନ ତଥା ଏହାର ଫଳାଫଳ ଉପରେ ସଭିଙ୍କ ନଜର ରହିଛି। 


ଗତ ସେପ୍ଟେମ୍ବର ୧୩ ତାରିଖ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ଦିନ ଠାରୁ ହିଁ ଛକାପଞ୍ଝା ଲାଗି ରହିଛି । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ହାଇକୋର୍ଟ ପର୍ଯ୍ୟନ୍ତ ଏହି ମାମଲା ପହଞ୍ଚିଥିଲା। ଶେଷରେ ହାଇକୋର୍ଟଙ୍କ ଆଦେଶ ଅନୁଯାୟୀ ୧୦ ଜାନୁଆରୀରେ ସ୍ୱତନ୍ତ୍ର ବୈଠକ ଆୟୋଜନ ପାଇଁ ଉପଜିଲ୍ଲାପାଳ ଦିନ ଧାର୍ଯ୍ୟ କରି ବିଜ୍ଞପ୍ତି ପ୍ରକାଶ କରିଥିଲେ । ୮ଟି ପଞ୍ଚାୟତ ବିଶିଷ୍ଟ ଏହି ପଞ୍ଚାୟତ ସମିତିରେ ସମୁଦାୟ ୮ ଜଣ ସରପଞ୍ଚ ଏବଂ ୮ ଜଣ  ସମିତିସଭ୍ୟ/ସଭ୍ୟା ରହିଛନ୍ତି । ତନ୍ମଧ୍ୟରୁ ୧୨ ଜଣ ସରପଞ୍ଚ ଏବଂ ସମିତିସଭ୍ୟ ସଭ୍ୟା ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଗତ କରିଥିଲେ। ତେବେ ଶୁକ୍ରବାର ହେବାକୁ ଥିବା ସ୍ୱତନ୍ତ୍ର ବୈଠକରେ କେତେ ଜଣ ଜନ ପ୍ରତିନିଧି ଉପସ୍ଥିତ ହୋଇ ମତଦାନରେ ଭାଗ ନେଉଛନ୍ତି ତାହା ଉପରେ ସବୁକିଛି  ନିର୍ଭର କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.