ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ତାମିଲନାଡୁର ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ, ୪ ମୃତ, ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ...

ନୂଆଦିଲ୍ଲୀ: ତାମିଲନାଡୁ ବିରୁଧନଗର ଜିଲ୍ଲାରେ ଶନିବାର ସକାଳେ ଏକ ଦୁଃଖଦ ଦୁର୍ଘଟଣା ଦେଖିବାକୁ ମିଳିଛି । ଏଠାରେ ଥିବା ଏକ ବାଣ ତିଆରି କାରଖାନାରେ ହଠାତ୍ ବିସ୍ଫୋରଣ ଘଟିଛି । ଏହି ଦୁର୍ଘଟଣାରେ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ମଧ୍ୟ ସୂଚନା ମିଳିଛି । ଏଥି ସହ ଅନ୍ୟ ଜଣେ ଆହତ ହୋଇଥିବା ସୂଚନା ରହିଛି । ଶନିବାର ପୋଲିସ ଏହି ସୂଚନା ଦେଇଛି । ଘଟଣାକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଦୁଃଖ ପ୍ରକାଶ କରିଛନ୍ତି । ଏହା ସହିତ ସେ ମୃତକଙ୍କ ପରିବାର ପାଇଁ କ୍ଷତିପୂରଣ ରାଶି ମଧ୍ୟ ଘୋଷଣା କରିଛନ୍ତି ।

ସୂଚନା ଅନୁସାରେ, ଆଜି (ଶନିବାର) ସକାଳେ ବାଣ ତିଆରି କାରଖାନାରେ ବିସ୍ଫୋରଣ ସମ୍ପର୍କରେ ସୂଚନା ମିଳିଥିବା ଜିଲ୍ଲା ପୋଲିସର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି । ଏହି ବିସ୍ଫୋରଣରେ ଚାରିଜଣ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ବାଣ ତିଆରିରେ ବ୍ୟବହୃତ ରସାୟନିକ ପଦାର୍ଥର ଭୁଲ ବ୍ୟବହାର ଏହି ବିସ୍ଫୋରଣର ମୁଖ୍ୟ କାରଣ ବୋଲି ସେ କହିଛନ୍ତି । ନିକଟସ୍ଥ କୋଠା ଏବଂ ଅନ୍ୟାନ୍ୟ କୋଠରୀ ମଧ୍ୟ ନଷ୍ଟ ହୋଇଯାଇଛି । 

ଏହି ଯନ୍ତ୍ରଣାଦାୟକ ଘଟଣା ପରେ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ଏହା ସହିତ ସେ ମୃତକଙ୍କ ପରିବାରକୁ କ୍ଷତିପୂରଣ ମଧ୍ୟ ଘୋଷଣା କରିଛନ୍ତି । ମୃତ ଚାରିଜଣ ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ହିସାବରେ ପ୍ରତ୍ୟେକଙ୍କୁ ୩ ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଛନ୍ତି । 

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.