ପ୍ରମୂଖ ଖବର
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମହିଳାଙ୍କ ଖାତାକୁ କ୍ରେଡିଟ୍ ହେଲା ‘ସୁଭଦ୍ରା’ ଟଙ୍କା, ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Published By : Prameya | February 8, 2025 2:08 PM

ଭୁବନେଶ୍ୱର, ୦୮/୦୨: ମହିଳାଙ୍କ ଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା। ଯାଜପୁର ବ୍ୟାସନଗରରରୁ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୮ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ କ୍ରେଡିଟ୍ ହେଲା ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ୯୮ ଲକ୍ଷ ଟପିଲା ‘ସୁଭଦ୍ରା’ ହିତାଧିକାରୀଙ୍କ ସଂଖ୍ୟା। ବାକି ରହିଥିବା ମହିଳାଙ୍କୁ ମାର୍ଚ୍ଚ ୮ ତାରିଖ ପୂର୍ବରୁ ହେବ ଡିବିଟି। ମହିଳା ଦିବସରେ ମିଳିବ ଦ୍ବିତୀୟ କିସ୍ତି।

ସୂଚନା ଅନୁଯାଇ, ପୂର୍ବରୁ ତିନିଟି ପର୍ଯ୍ୟାୟରେ ୮୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇଥିଲା। ଆଜି ଆଉ ୧୮ ଲକ୍ଷରୁ ଅଧିକ ଯୋଗ୍ୟ ମହିଳା ହିତାଧିକାରୀଙ୍କ ଖାତକୁ ଡିବିଟି ମାଧ୍ୟମରେ ଟଙ୍କା ପଠାଯାଇଛି। ବର୍ତ୍ତମାନ ଯାଏ ମୋଟ ୯୮ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ପଠାଇଲେଣି ସରକାର।

ଉଲ୍ଲେଖଯୋଗ୍ୟ, ଯେଉଁମାନେ  ୮ ତାରିଖ ସୁଦ୍ଧା ଟଙ୍କା ନ ପାଇବେ  ୱେବସାଇଟରେ ସେମାନଙ୍କର ନ ମିଳିବା  କାରଣ ବାବଦରେ ଉଲ୍ଲେଖ କରାଯିବ ।  ସେମାନେ କାରଣ ଜାଣି ସମାଧାନ  କରିପାରିବେ । ଅଦ୍ୟାବଧି ମୋଟ ୧  କୋଟି ୭ଲକ୍ଷ ୨୩ ହଜାର ୨୯୪ ଜଣ  ପଞ୍ଜୀକରଣ କରିଛନ୍ତି । ସେମାନଙ୍କ ମଧ୍ୟରୁ  ୯୮୦ ଲକ୍ଷ ମହିଳାଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.