ପ୍ରମୂଖ ଖବର
  • ଜଗତସିଂହପୁର ପିଏନ୍‌ବି ବ୍ୟାଙ୍କରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଜାରି
  • ||
  • ହେଲିକପ୍ଟର ଯୋଗେ କଟକ ଯିବେ ମୁଖ୍ୟମନ୍ତ୍ରୀ, ବାରବାଟୀରେ ଭାରତ- ଇଂଲଣ୍ଡ ଲଢ଼େଇ ଦେଖିବେ
  • ||
  • ବାରବାଟୀ ଲଢ଼େଇ: ସୁପର ସନ୍‌ଡେ'ରେ ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ଟିମ୍‌କୁ ଫେରିବେ କୋହଲି, ରିଷଭ
  • ||
  • ରବିବାରଠୁ ଉପରମୁହାଁ ହେବ ପାରଦ,୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ଶୁକ୍ରବାର ରାଶିଫଳ; ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମ କରିପାରନ୍ତି...

Published By : Prameya | June 27, 2024 10:34 PM

ମେଷ : ଦ୍ୱାଦଶଚନ୍ଦ୍ର ଯୋଗୁ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ଅପସରିଯିବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ବୃଥା ଭ୍ରମଣରୁ ମୁକ୍ତି ମିଳିବ  । କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ଖର୍ଚ୍ଚପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ଆଗ୍ରହ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ ଆୟରକିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ସିଲଭର୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।

ବୃଷ : ଏକାଦଶ ଚନ୍ଦ୍ର, ଶୁକ୍ରବାର, ସୌଭାଗ୍ୟ ଯୋଗ ଏବଂ ଦିବା ୧୦ଟା ୧୧ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମ କରିପାରନ୍ତି କିମ୍ବା ନୂତନ ଭୂମି, ମୂଲ୍ୟବାନ ଧାତୁ ଓ ଯାନବାହନ କ୍ରୟ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ସମ୍ମାନ ଓ ମୃଗଶିରାବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା : ୦୨, ଆରାଧନା : ପ୍ରଭୁଶ୍ରୀରାମ ।

ମିଥୁନ : ମେଷ, ଚନ୍ଦ୍ର, ଶୁକ୍ରବାର, ଅଷ୍ଟମୀତିଥି ଏବଂ ଦିବା ୧୦ଟା ୧୧ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ପୂର୍ବରୁ ହେଉଥବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ସହକର୍ମୀଙ୍କ ସହଯୋଗ, ପଦସ୍ଥ ଅଧିକାରୀଙ୍କ ସହାୟତା ଓ ଉଚ୍ଚ ସମ୍ମାନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ:  ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ଦିବା ୧୦ଟା ୧୧ ମିନିଟ୍‌ ପରେ ଘାତ ନକ୍ଷତ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ପଦସ୍ଥ ଅଧିକାରୀ, ଗୁରୁଜନ ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହବିବାଦ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ଅଯଥା ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସଙ୍କଟ ଉପୁଯିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ପୁଷ୍ୟାକର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଅଷ୍ଟମ ଚନ୍ଦ୍ର ଦିବା ୧୦ଟା ୧୧ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗିରହିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀସିଂହ, ସେମାନେ ସତର୍କହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା : ୧୧, ଆରାଧନା: ପ୍ରଭୁଶ୍ରୀଜଗନ୍ନାଥ ।

କନ୍ୟା : ସପ୍ତମଚନ୍ଦ୍ର, ସପ୍ତମୀତିଥି ସୌଭାଗ୍ୟଯୋଗ ଓ ଶୁକ୍ରବାର ଏକ ବିଶିଷ୍ଟ ଯୋଗୁ ହେତୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍‌ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୪, ଆରାଧନା :ମା’ ତ୍ରିପୁରସୁନ୍ଦରୀ ।

ତୁଳା : ଷଷ୍ଠଚନ୍ଦ୍ର, ଶୁକ୍ରବାର ଯୋଗୁ ରୋଗ, ଋଣ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂରହେବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖାତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ କମଳା ।

ବିଛା :  ପଞ୍ଚମ ଚନ୍ଦ୍ର, ଘାତବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତି ହ୍ରାସ ପାଇବ । ସନ୍ତାନ ମାନଙ୍କର ଶିକ୍ଷା, ଦୀକ୍ଷା, ଚାଲିଚଳନ, ସ୍ୱାସ୍ଥ୍ୟ, କଥାବାର୍ତ୍ତା ଓ କର୍ମକୁ ନେଇ ଚିନ୍ତିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ କିମ୍ବା ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇ ପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ମାନ, ସମ୍ମାନ ହାନିଘଟିବ । ଯେଉଁ ମାନଙ୍କର ଅନୁରାଧାବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା :  ମା’ ମାଣିକେଶ୍ୱରୀ ।

ଧନୁ: ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ, ପରିଜନଙ୍କ ସହ କଥାବାର୍ତ୍ତା, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରିକ୍‌ ଦ୍ରବ୍ୟବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଧନ ଓ ଜମିଜମାକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।

ମକର : ତୃତୀୟଚନ୍ଦ୍ର, ଶୁକ୍ରବାର, ସପ୍ତମୀତିଥି, ସୌଭାଗ୍ୟଯୋଗ ଏବଂ ଦିବା ୧୦.୧୧ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗଦେଇ ପାରନ୍ତି । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠାମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୦୬, ଆରାଧନା :  ମା’ ବିମଳା ।

କୁମ୍ଭ : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଆର୍ଥିକ ଠକାମି ଏବଂ ଶାରୀରିକ ପୀଡ଼ା ଭୋଗିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ ।କର୍ମରେବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’  ଚଣ୍ଡୀ ।

ମୀନ : ଶ୍ରୀଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ନିବିଡ଼ ହେବ ଏବଂ ତାଙ୍କର ସାହାଯ୍ୟ, ସହଯୋଗ ମିଳିବ । ମନରେପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦମର୍ଯ୍ୟାଦା ଅତୁଟ ରହିବ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ତାରା ।

 

 

 

 

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.