ପ୍ରମୂଖ ଖବର
  • ମୟୂରଭଞ୍ଜ : ବୁରୁସାହି ଠାରେ ଅଫିମ ଚାଷ ଘଟଣା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୁନ୍ଦରଗଡ଼ : ମା' ପୁଅଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌, ସୁନା : ଅଳଙ୍କାର ସହ ଟଙ୍କା ନେଇଗଲେ ଲୁଟେରା
  • ||
  • ଉଦଳା : ମର୍ଣ୍ଣିଙ୍ଗ୍‌ ୱାକ୍‌ କରିବି ବେଳେ ଧକ୍କା ଦେଲା ପିକଅପ୍‌ ଗାଡ଼ି, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ଜଳଲାପୁଟ ଜଳଭଣ୍ଡାରରେ ଡ଼ଙ୍ଗା ବୁଡି ଘଟଣା: ୮୪ ଘଣ୍ଟା ପରେ ଆଉ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଜଳ ସମ୍ପଦ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ରାଉରକେଲା : ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ରୋଡ୍‌ ଉପରକୁ ମାଡ଼ିଗଲା ୩ ବଗି
  • ||

ଶୁକ୍ରବାର ରାଶିଫଳ: ଜାଣନ୍ତୁ କ’ଣ କହୁଛି ଆପଣଙ୍କ ଭାଗ୍ୟ...

Published By : Bijay Swain | January 16, 2025 10:49 PM

ଅଦ୍ୟ ତା.୧୭.୦୧.୨୦୨୫ରିଖ, ମକର ୪ ଦିନ, ମାଘ ମାସ କୃଷ୍ଣପକ୍ଷ, ଚତୁର୍ଥୀ, ଶୁକ୍ରବାର। ଚତୁର୍ଥୀ: ନିଶାନ୍ତ ୫ଟା ୩୦ ମିନିଟ୍, ମଘା: ଦିବା ୧୨ଟା ୪୫ ମିନିଟ୍, ସିଂହଚନ୍ଦ୍ର : ୬୦ ଦଣ୍ଡ ଅହୋରାତ୍ର। ସୂର୍ଯ୍ୟୋଦୟ : ୬ଟା ୨୫ ମିନିଟ୍ ୩୨ ସେକେଣ୍ଡ, ସୂର୍ଯ୍ୟାସ୍ତ : ୫ଟା ୨୭ମିନିଟ୍ ୨୧ସେକେଣ୍ଡ, ଯୋଗିନୀ ନୈଋତେ, ନିଶାନ୍ତ ୫ଟା ୩୦ମିନିଟ୍ ଗତେ ଦକ୍ଷିଣେ। ପୁଷ୍କର ଦୋଷ ନାସ୍ତି। ମୂଳା ଖାଇବା ମନା, ଖାଇଲେ ଧନ ହାନି। ଅମୃତ ବେଳା : ସକାଳ ୭ଟା ୧୦ମିନିଟ୍ ଗତେ, ଅପରାହ୍ଣ ୧ଟା ୦୫ ମିନିଟ୍ ମଧ୍ୟେ, ୪ଟା ୦୩ମିନିଟ୍ ଗତେ, ୪ଟା ୪୮ମିନିଟ୍ ମଧ୍ୟେ।

ଆଜିର ରାଶିଫଳ

ମେଷ : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ପ୍ରୟୋଗରେ ଅସଫଳ ହେବେ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ। ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଦୁଃଖୀ ହେବେ। ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ। ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜାମେଷ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ବଗଳାମୁଖୀ।

ବୃଷ : ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି ଏବଂ ଅପରାହ୍ଣ ୧୨ଟା ୪୪ ମିନିଟ୍ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ। ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ମହତ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରିବେ। ଜମିଜମା ବିବାଦ, ପାରିବାରିକ ବିବାଦ ଓ ମାଲିମକଦ୍ଦମାରେ ବିଜୟ ହାସଲ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ନୀଳ, ସଂଖ୍ୟା : ୦୨, ଆରାଧନା : ପ୍ରଭୁ ଶ୍ରୀରାମ।

ମିଥୁନ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ। ସୁଖବର, ସୁସୁମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ମେରୁନ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ।

କର୍କଟ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ଅଶାନ୍ତି ଏବଂ ଶାରୀରିକ ପୀଡ଼ା ଭୋଗିବେ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ।

ସିଂହ : ଶ୍ରୀଚନ୍ଦ୍ର ଯୋଗୁ ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ନିବିଡ଼ ହେବ। ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଓ ଦେହ ମନ ସୁସ୍ଥ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ମାଣିକେଶ୍ୱରୀ।

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ଅପସରିଯିବ। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ :କଫି, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ।

ତୁଳା : ଏକାଦଶ ଚନ୍ଦ୍ର, ଶୁକ୍ରବାର ଏବଂ ଦିବା ୧୨ଟା ୪୫ ମିନିଟ୍ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେଏବଂ ଧନ ସମ୍ପଦ ବୃଦ୍ଧି ପାଇବ। ନୂତନ କର୍ମାରମ୍ଭ, ବିଦେଶ ଯାତ୍ରା ଆଦିର ସୁଯୋଗ ଜୁଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ। ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୮, ଆରାଧନା : ମା’କମଳା।

ବିଛା : ଘାତବାର ଏବଂ ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ରହିବ। କର୍ମ ପ୍ରତି ଧ୍ୟାନ ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ। ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା : ମା’ଚଣ୍ଡୀ।

ଧନୁ : ଘାତବାର ଏବଂ ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ବିବାଦ ଓ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୭, ଆରାଧନା : ମା’ମାତଙ୍ଗୀ।

ମକର : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ। ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା, ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ସତର୍କହେବେ। ଶୁଭରଙ୍ଗ :ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ଚଣ୍ଡୀ।

କୁମ୍ଭ : ସପ୍ତମ ଚନ୍ଦ୍ର ଏବଂ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଶାରୀରିକ ପୀଡ଼ା ଭୋଗିବେ। ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ମଉଜ, ମଜଲିସରେ ଖର୍ଚ୍ଚ କରିବେ। କର୍ମରେ ଆଶାଠାରୁ ଅଧିକ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ। ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୬, ଆରାଧନା : ମା’ଭୈରବୀ।

ମୀନ : ଘାତବାର ଏବଂ ଷଷ୍ଠ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ। ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ମୁକ୍ତି ମିଳିବ। ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କର ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ।


ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.