ପ୍ରମୂଖ ଖବର
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଶୁକ୍ରବାର ରାଶିଫଳ; ଜାଣନ୍ତୁ କେମିତି କଟିବ ଦିନ, ଏହି ରାଶିର ଲୋକେ ଆର୍ଥିକ ଠକାମିରେ ହୋଇପାରନ୍ତି ଶିକାର…

ମେଷ: ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ମୂଲ୍ୟବାନ ଧାତୁ, ବସନଭୂଷଣ, ଯାନବାହନ ଓ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୩, ଆରାଧନା: ପ୍ରଭୁସ୍କନ୍ଦ ।

ବୃଷ: ତୃତୀୟଚନ୍ଦ୍ର, ଶୁକ୍ରବାର ଏବଂ ଶନିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଏବଂ ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୧୨, ଆରାଧନା: ମା’ ଗାୟତ୍ରୀ ।

ମିଥୁନ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା : ୮, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ଆଶା ଠାରୁ ଅଧିକ ସଫଳତା ଏବଂ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।

ସିଂହ: ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ତୁଳନାରେ ବ୍ୟୟ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଏକାଦଶ ଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, ହୃତଧନ ଫେରି ପାଇବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା: ଦଶମଚନ୍ଦ୍ର, ଶୁକ୍ରବାର, ଦଶମୀତିଥି ଏବଂଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ଗୃହାରମ୍ଭ, ଭୂମିପୂଜା ଏବଂ ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖାତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା: କୃଷ୍ଣପକ୍ଷର ନବମ ଚନ୍ଦ୍ର, ଘାତବାର, ଘାତତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ଅଥବା ତାଙ୍କ ଠାରୁ ଅପମାନ ମିଳିପାରେ । ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଘାତବାର, ଅଷ୍ଟମ ଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ ଏବଂ ଗ୍ୟାସ୍‌, ଇଲେକ୍ଟ୍ରିକ୍‌ ଦ୍ରବ୍ୟ ବ୍ୟବହାର କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ ଭୋଗିବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ। କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ମକର : ସପ୍ତମଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଆମୋଦ ପ୍ରମୋଦ, ମଉଜମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ପଦବୀ ମିଳିବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳପାଇବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା :  ମା’ କମଳା ।

କୁମ୍ଭ : ଷଷ୍ଠଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ରୋଗ, ଋଣ, ଦୁଃଖ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

ମୀନ :   ଘାତବାର ଏବଂ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତିର ପ୍ରୟୋଗରେ ଅସଫଳ ହେବେ । ସନ୍ତାନ ମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗିରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ଉତ୍ତରା ଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ତାରା ।

 ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.