ପ୍ରମୂଖ ଖବର
  • ବଲାଙ୍ଗୀର : ଶିଶୁ ଦିବସ ଅଭିଭାଷଣ ବେଳେ ଟଳି ପଡ଼ିଲେ ପ୍ରଧାନଶିକ୍ଷକ, ଶିକ୍ଷକ ଓ ଛାତ୍ରଛାତ୍ରୀ ମର୍ମାହତ
  • ||
  • ଆସିକା : ସ୍ବାମୀର ଛୁରା ମାଡରେ ସ୍ତ୍ରୀ ଗୁରୁତର, ଅଭିଯୁକ୍ତ ଅଟକ
  • ||
  • କଳାହାଣ୍ଡି : ଯୁବକଙ୍କୁ ଧକ୍କା ଦେଲା ମାଲବାହୀ ଟ୍ରେନ୍‌, କଟିଗଲା ବାମ ଗୋଡ଼
  • ||
  • କଟକ ଐତିହାସିକ ବାଲିଯାତ୍ରା: ଶୁକ୍ରବାର ଉଦ୍‌ଘାଟନ୍ କରିବେ ମୁଖ୍ୟମନ୍ତ୍ରୀ, ଯୋଗ ଦେବେ ୧୩ ଦେଶର ରାଷ୍ଟ୍ରଦୂତ
  • ||
  • ବାଙ୍ଗିରିପୋଷି : ସାମାନ୍ୟ ଟଙ୍କା ପାଇଁ ହତ୍ୟାକାଣ୍ଡ, କୁରାଢିରେ ପିଟି ସ୍ତ୍ରୀକୁ ମାରିଲା ସ୍ବାମୀ
  • ||
  • ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମ୍ ଝଟକା, ଆଗୁଆ ଜାମିନ୍ ଆବେଦନ ଖାରଜ
  • ||
  • କାମାକ୍ଷାନଗର : ଗାଧୋଇବା ବେଳେ ଅଘଟଣ, ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ଭାଇଙ୍କ ଜୀବନ
  • ||
  • ଖଜୁରୀପଡା : ଆବାସିକ ବିଦ୍ୟାଳୟରେ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ରାସ୍ତାରୋକ
  • ||
  • ମୋହନା : ଶାଗୁଆନ କାଠ ବୋଝେଇ ପିକଅପ୍ ଗାଡ଼ି ଜବତ, ଜଣେ ଗିରଫ
  • ||
  • ଭରତପୁର ଥାନା ବିବାଦ ଘଟଣା: ନୋଟିସ ପରେ କମିଶନଙ୍କ ନିକଟରେ ହାଜର ହେଲେ ସମସ୍ତେ
  • ||
  • ଜୟରାମପୁର ଗାଁରେ ଅଘଟଣ, ବୃଦ୍ଧାଙ୍କୁ କାମୁଡ଼ି ମାରିଦେଲା ପାଗଳ କୁକୁର
  • ||
  • ନୂଆପଡ଼ା:ପାଳଗଦାରେ ନିଆଁ ଲଗାଇ ଦେଲା ବୋଲି ୭ ବର୍ଷର ନାବାଳକଙ୍କୁ ମାଡ ମାରି ଜାଳନ୍ତି ନିଆଁରେ ଫିଙ୍ଗି ଦେଲା ମାଲିକ
  • ||
  • ବୌଦ୍ଧ ପୋଲିସର ବଡ଼ ସଫଳତା: ଦୁଇଟି ଥାନା ଅଞ୍ଚଳରୁ ୧ ଲକ୍ଷ ୨୦ ହଜାର ଗଞ୍ଜେଇ ଗଛ ନଷ୍ଟ
  • ||
  • ଘଟଗାଁ : ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍‌, ଡ୍ରାଇଭର ଗୁରୁତର
  • ||
  • ଜୟପୁର : ରାଣୀଗଡର ତେଲିଙ୍ଗିରି ଡ୍ୟାମରୁ ପାଣି ଲିକ୍‌, ରବି ଫସଲ ପ୍ରଭାବିତ ହେବାର ଆଶଙ୍କା
  • ||
  • ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ତ୍ରିବିକ୍ରମ ବେଶ, ଶ୍ରୀକ୍ଷେତ୍ରରେ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
  • ||
  • ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର, ଲାଗି ହେଲା ଗଜଭୋଗ ଓ ତରଣ
  • ||

ଏହି ରାଶିର ବ୍ୟକ୍ତିଙ୍କ ଆକସ୍ମିକ ଧନ ଲାଭ ହେବ

ମେଷ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଗେରୁଆ, ସଂଖ୍ୟା: ୩, ଆରାଧନା: ପ୍ରଭୁ ହନୁମାନ ।

ବୃଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: କପି, ସଂଖ୍ୟା: ୨, ଆରାଧନା: ମା’ କମଳା ।

ମିଥୁନ : ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ନୂତନ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ନୂତନ ଆୟର ମାର୍ଗ ଖୋଳିବ । ନୂତନ କର୍ମାରମ୍ଭ, ବିଦେଶ ଯାତ୍ରା ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ôଥକ ସ୍ଥିତିରେ ଉନ୍ନତି ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ସବୁଜ, ସଂଖ୍ୟା: ୮, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ : ଦଶମ ଚନ୍ଦ୍ର, ଗୁରୁବାର ଯୋଗୁ କର୍ମରେ ଉନ୍ନତି ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ହେବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ । ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ ବନ୍ଦ ହୋଇଥିବା କାମ ଓ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ଭଗବାନ ଶିବ ।

ସିଂହ : ନବମ ଚନ୍ଦ୍ର ଯୋଗୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସମ୍ମାନ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ମେରୁନ, ସଂଖ୍ୟା: ୧୨, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା : ଘାତବାର ଏବଂ ସପ୍ତମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।  

ବିଛା :  ଷଷ୍ଠ ଚନ୍ଦ୍ର, ଗୁରୁବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍‌ସିତ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ପଞ୍ଚମ ଚନ୍ଦ୍ର, ଗୁରୁବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ପଞ୍ଚମ ଚନ୍ଦ୍ର ଯୋଗୁ ପାଞ୍ଚଟି କର୍ମରେ ଅଧିକ ଶୁଭଫଳ ମିଳିବ । ବିଦ୍ୟାରେ ବିଚକ୍ଷଣତା, ସନ୍ତାନମାନଙ୍କର ଆଜ୍ଞାବହତା, ପିତାମାତାଙ୍କ କୃପା, ଯଶ, କୀର୍ତ୍ତି ପ୍ରାପ୍ତି ଏବଂ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପୂର୍ବରୁ ହୋଇଥିôବା କ୍ଷତିର ଭରଣା କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଚତୁର୍ଥ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ବାଇଗଣ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ :  ଘାତବାର ଏବଂ ତୃତୀୟ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଭାଇ, ଭଉଣୀଙ୍କ ପ୍ରତି ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ : ଦ୍ୱିତୀୟ ଚନ୍ଦ୍ର, ଗୁରୁବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରିପାଇବେ । ବ୍ୟବସାୟରେ ଅଗ୍ରଗତି, ଆର୍ଥିକ ଅବସ୍ଥାରେ ଉନ୍ନତି ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.